‘ନିଷ୍ଠାର ସହ ଶିକ୍ଷାଦାନ କର’

ଢେଙ୍କାନାଳ ଅଫିସ, ୨୪।୧୨: ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ନିବେଦିତା ପାଣିଙ୍କ ସଭାପତିତ୍ୱରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବ ଯୋଗଦେଇ ନିଷ୍ଠାର ସହ ଶିକ୍ଷାଦାନ କରି ଆଦର୍ଶ ଛାତ୍ର ସମାଜ ଗଠନ କରିବାକୁ ପରାମର୍ଶ ଦେଇଛନ୍ତି।
ପେନ୍‌ସନ୍‌, ଅମୀମାଂସିତ ମାମଲା, ପୁନଃ ଥଇଥାନ ସମ୍ପର୍କିତ ସମସ୍ୟାର ଯଥାସମ୍ଭବ ସମାଧାନ କରିବା ଲାଗି ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଶିକ୍ଷାଦାନରେ ଉନ୍ନତି ଆଣିବାକୁ ବର୍ଷକୁ ୪ଥର ଶିକ୍ଷକ-ଅଭିଭାବକ ବୈଠକ କରିବା, ମାସକୁ ୧୨ଦିନ ଶିକ୍ଷାଧିକାରୀମାନେ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିବା, ଶୈଖିକ ବାତାବରଣ ପ୍ରତି ଧ୍ୟାନଦେବା, ଆଗାମୀ ମାଟ୍ରିକ୍‌ ପରୀକ୍ଷାରେ ଯେପରି ୫୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ‘ଏ’ ଗ୍ରେଡ୍‌ ରେ ପାସ୍‌ କରିବେ ସେଥିପ୍ରତି ସଚେତନ ହେବାକୁ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ମାଟ୍ରିକ୍‌ ପରୀକ୍ଷାରେ ସମସ୍ତ ବିଷୟ ଫଳାଫଳକୁ ବିଶ୍ଳେଷଣ କରାଯିବ। ଫଳାଫଳ ଖରାପ ହେଲେ ସମ୍ପୃକ୍ତ ଶିକ୍ଷକ ଦାୟୀ ରହିବେ ବୋଲି ମନ୍ତ୍ରୀ ତାଗିଦ କରିଛନ୍ତି।
ଏମ୍‌ପି ମହେଶ ସାହୁ, ବିଧାୟକ ସୁଧୀର ସାମଲ, ବିଧାୟିକା ସୀମାରାଣୀ ନାୟକ, ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିକ୍ଷାର ମୂଳଦୁଆ ସୁଦୃଢ଼ କରି ହୃଦୟର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଜିଲାପାଳ ସରୋଜ କୁମାର ସେଠୀ ଢେଙ୍କାନାଳକୁ ଶିକ୍ଷାର ହବ୍‌ରେ ପରିଣତ କରିବାକୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଅତିରିକ୍ତ ଜିଲା ଶିକ୍ଷାଧିକାରୀ ସସ୍ମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ଶିକ୍ଷା ବିଭାଗ ଉପରେ ବର୍ଷିଲେ
ଢେଙ୍କାନାଳ ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି ମାଟ୍ରିକ୍‌ ପରୀକ୍ଷା ଫଳ ସମ୍ପର୍କିତ ତଥ୍ୟ ପ୍ରଦାନ କରିବା ପରେ ଶିକ୍ଷା ବିଭାଗ ଉପରେ ଅସନ୍ତୋଷ ଝାଡ଼ିଛନ୍ତି ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମନ୍ତ୍ରୀ କହିଲେ, ଜିଲାରେ ୧୫,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ମାତ୍ର ୧୭୦ଜଣ ‘ଏ-୧’ ଗ୍ରେଡ୍‌ରେ ପାସ୍‌ କରିଛନ୍ତି। ଏହା କ’ଣ ଖୁସି ଖବର ବୋଲି ସେ ପ୍ରଶ୍ନ କରିଛନ୍ତି। ସିବିଏସ୍‌ଇରେ ପରୀକ୍ଷା ଫଳ ୯୫% ହେଉଛି। ଆମର କାହିଁକି ନ ହେବ। ଏଥିରେ ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ କାହିଁକି ଦାୟୀ ହେବେନି ବୋଲି ସେ ପ୍ରଶ୍ନ କରିଛନ୍ତି। କେବଳ ୧୭୦ ଜଣ ‘ଏ-୧’ରେ ପାସ୍‌ କରିଛନ୍ତି ବୋଲି କହି ବାହାଦୁରୀ ନେଲେ ହେବନାହିଁ। ତେଣୁ ପରୀକ୍ଷାରେ ସାମଗ୍ରିକ ଭାବେ କିପରି ଭଲ ହେବ ସେ ଦିଗରେ ଯତ୍ନବାନ ହେବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri