କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ଓ ଅତିରିକ୍ତ ଜିଲାପାଳ କମଳଜିତ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଶିକ୍ଷାଧିକାରୀ ନିତ୍ୟାନନ୍ଦ ବାରିକ, କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ, ଅତିରିକ୍ତ ଜିଲା ଶିକ୍ଷାଧିକାରୀ ମନୋରଞ୍ଜନ ବାରିକ, ସନ୍ତୋଷ କୁମାର ସେଠୀ, ସାମାଜିକ କର୍ମୀ ସ୍ବାଧୀନଚେତା ମହାନ୍ତି ଓ ସୁଦର୍ଶନ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଗଣେଶ୍ୱର ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଆରମ୍ଭରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ହିନ୍ଦୀରେ ସଙ୍ଗୀତ ଗାନ କରି ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ବ୍ଲକ ଶିକ୍ଷାଧିକାରୀ ପ୍ରିୟଙ୍କା ବେହେରାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ଓ୍ବାର୍ଡ ଓ ପଞ୍ଚାୟତରୁ ଆସିଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।