ମାନସିକ ବିକୃତ ଯୁବତୀ ଗର୍ଭବତୀ ଘଟଣା ଏତଲା ପରେ ଗିରଫ ହେଲେ ଶିକ୍ଷକ

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଜଣେ ମାନସିକ ବିକୃତ ଯୁବତୀ ୬ ମାସ ଗର୍ଭବତୀ ହେବା ଜଣାପଡ଼ିବା ପରେ ତାଙ୍କ ଦାଦା ପୁଅ ଭାଇ ହୁମା ଫାଣ୍ଡିରେ ଅଭିଯୋଗ କରିଥିଲେ। ସେ ଏତଲାରେ ୨ ଜଣଙ୍କ ନାଁ ଉଲ୍ଲେଖ କରିଥିଲେ। ଏତଲାକୁ ଭିତ୍ତିକରି ପୋଲିସ ନଂ. ୧୯୩/୨୬ ଓ ୧୯୪/୨୬ରେ ୨ଟି ମାମଲା ରୁଜୁ କରିଛି। ଏହାର ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ଶିକ୍ଷକ ଶେଷଦେବ ପ୍ରଧାନଙ୍କୁ ଗିରଫ କରାଯାଇ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି ବୋଲି ଫାଣ୍ଡି ଅଧିକାରୀ ସତ୍ୟଜିତ ବେଣିଆ କହିଛନ୍ତି।
ହୁମା ଫାଣ୍ଡି ପୋଲିସ ମଙ୍ଗଳବାର ବ୍ରହ୍ମପୁରରେ ପୀଡିତାଙ୍କ ଡାକ୍ତରୀ ମାଇନା କରିଛି। ରମ୍ଭା ଥାନା ଆଇଆଇସି ମୁଦୁଲି ମଧ୍ୟ ପୀଡିତାଙ୍କ ଗାଁକୁ ଯାଇ ବିଭିନ୍ନ ଦିଗକୁ ନେଇ ତଦନ୍ତ କରିଛନ୍ତି। ଏତଲାରେ ନାମ ଥିବା ବ୍ୟକ୍ତିମାନେ ଫେରାର ଥିବା ଜଣାପଡିଛି। ସେହି ଗ୍ରାମର ଜଣେ ବ୍ୟକ୍ତିଙ୍କ କହିବା ଅନୁସାରେ ଶିକ୍ଷକ ପ୍ରଧାନ ପୀଡିତାଙ୍କ ଗର୍ଭପାତ କରାଇବାକୁ ମେଡିକାଲ ନେଇଥିଲେ। ସେଠାରେ ପୀଡିତାଙ୍କ ସ୍ବାମୀ କିଏ ବୋଲି ମେଡିକାଲ କର୍ତ୍ତୃପକ୍ଷ ପଚାରିବାରୁ ସେ ଚାଲି ଆସିଥିଲେ। ଘଟଣା ପ୍ରଘଟ ହେବା ପରେ ଗ୍ରାମବାସୀଙ୍କ ପକ୍ଷରୁ ଘଟଣା ସମ୍ପର୍କରେ ଏକ ବୈଠକ ଡକାଯାଇଥିଲା। ପ୍ରଧାନ ବୈଠକକୁ ନ ଆସିବାରୁ ଗ୍ରାମବାସୀ ସୋମବାର ସାରେ ହୁମା ଫାଣ୍ଡିରେ ଅଭିଯୁକ୍ତଙ୍କ ଗିରଫ ଦାବି କରି ହୋହଲା କରିଥିଲେ l ପୀଡିତାଙ୍କ କେହି ମା’ବାପା ନ ଥିବାରୁ ତାଙ୍କ ଦାଦାପୁଅ ଭାଇ ରାତିରେ ଏତଲା ଦେଇଥିଲେ। ସୂଚନାଯୋଗ୍ୟ, ମାନସିକ ବିକୃତ ଯୁବତୀ ଜଣଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତି ବାରମ୍ବାର ବଳାତ୍କାର କରି ଆସୁଥିଲେ। ଯୁବତୀ ଜଣକ କଥା କହି ପାରୁ ନ ଥିବାରୁ ଏହାର ଫାଇଦା ଉଠାଇ ସ୍ଥାନୀୟ ଅଞ୍ଚଳର ସମ୍ପୃକ୍ତ ଶିକ୍ଷକ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ଶିକ୍ଷକ ଜଣକ ଏବେ ଗିରଫ ହୋଇଥିବା ବେଳେ ଅନ୍ୟ ଜଣକ ଫେରାର ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?