ଛାତ୍ରୀଙ୍କୁ ବଳାତ୍କାର କରି ଶିକ୍ଷକ ଗିରଫ

ଲାଞ୍ଜିଗଡ଼,୨୦।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ଏକ ହାଇସ୍କୁଲରେ ଜଣେ ନାବାଳିକା ସ୍କୁଲ ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ ଓ ବଳାତ୍କାର କରିବା ଅଭିଯୋଗରେ ଉକ୍ତ ସ୍କୁଲର ଶିକ୍ଷକଙ୍କୁ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି ଅମ୍ବାଦଳା ପୋଲିସ। ଅଭିଯୁକ୍ତ ହେଲେ ଶେଷଦେବ ପାତ୍ର। ଏନେଇ ଅମ୍ବାଦଳା ଥାନାରେ ଏକ ମାମଲା (ନଂ. ୯୮/୨୫) ରୁଜୁ ହୋଇଥିବା ଥାନାଧିକାରୀ କଳ୍ପନା ବେହେରା ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ରାୟଗଡ଼ା ଜିଲା ଅମ୍ବାଦଳା ଥାନାଞ୍ଚଳର ଜଣେ ନାବାଳିକା ଛାତ୍ରୀ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଏକ ହାଇସ୍କୁଲରେ ନବମ ଶ୍ରେଣୀରେ ପଢୁଥିଲେ। ତେବେ ଉକ୍ତ ସ୍କୁଲରେ ଶିକ୍ଷକତା କରୁଥିବା ଶିକ୍ଷକ ଶେଷଦେବ ସମ୍ପୃକ୍ତ ଛାତ୍ରୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ୧୫ଦିନ ତଳେ ଅପହରଣ କରିନେଇ ବଳାତ୍କାର କରିଥିଲେ। ଶିକ୍ଷକଙ୍କ ପରିବାର ଲୋକେ ଏହାକୁ ଚାପିଦେବାକୁ ଉଦ୍ୟମ କରିଥିବାବେଳେ ପୀଡିତା ଜଣକ ନିଜ ପ୍ରଚେଷ୍ଟାରେ ଭୁବନେଶ୍ବର ଯାଇ ମହିଳା କମିଶନର ଦ୍ବାରସ୍ଥ ହୋଇଥିଲେ। ମହିଳା କମିଶନଙ୍କ ହସ୍ତକ୍ଷେପ ପରେ ଭୁବନେଶ୍ବର ମହିଳା ଥାନାରେ ଜିରୋ ଏଫ୍‌ଆଇଆର ରୁଜୁ ହୋଇଥିଲା। ପରେ ମାମଲାଟି ଅମ୍ବାଦଳା ପୋଲିସ ଥାନାକୁ ସ୍ଥାନାନ୍ତର ହେବା ପରେ ଏହାକୁ ଗୁରୁତ୍ବର ସହିତ ନେଇ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଫେରାର ଥିବା ଅଭିଯୁକ୍ତ ଶିକ୍ଷକଙ୍କୁ ପୋଲିସ ଶନିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେହିପରି ପୀଡ଼ିତାଙ୍କୁ ଡାକ୍ତରୀ ମାଇନା କରିବା ପରେ ସିଡବ୍ଲ୍ୟୁସି ନିକଟରେ ହାଜର କରାଯାଇଛି। ଅପରପକ୍ଷରେ ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉପସ୍ଥିତିରେ ପୀଡ଼ିତାଙ୍କ ପରିବାରର ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri