ମଦପିଇ ପିଟିପକାଇଲେ ଶିକ୍ଷକ, ଏକାବେଳକେ କଥା ଯାଇ…

ବଲାଙ୍ଗୀର,୨୨।୮(ସୁନିଲ ମହାନ୍ତି): ସଇଁତଳା ଥାନା ଅନ୍ତର୍ଗତ ଜୁରାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଗୁଦ୍ରାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଦ୍ୟପ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଆହତ ହୋଇଛନ୍ତି । ଛାତ୍ରଙ୍କ ପରିବାର ପକ୍ଷରୁ ଏ ନେଇ ଟିକ୍ରାପଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିକ୍ଷକଙ୍କୁ ଉଠାଇନେଇ ତଦନ୍ତ କରୁଥିବା ଜଣାପଡିଛି। ଅଭିଯୋଗ ଅନୁସାରେ ବିଦ୍ୟାଳୟରେ ଗ୍ରାମର ବନବାସ ସୁନାଙ୍କ ପୁତ୍ର ତୃତୀୟ ଶ୍ରେଣୀରେ ସ୍କୁଲରେ ପାଠ ପଢ଼ୁଛନ୍ତି । ଶୁକ୍ରବାର ଅପରାହ୍ନ ୧ ଘଣ୍ଟା ସମୟରେ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ନନ୍ଦ କୌଣସି କାରଣକୁ ନେଇ ଛାତ୍ରଙ୍କୁ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି। ଫଳରେ ଛାତ୍ର ଜଣକ ଅସୁସ୍ଥ ହୋଇ ପଡ଼ିଥିଲା। ପରିବାର ବର୍ଗଙ୍କୁ ଅସୁସ୍ଥ ହୋଇପଡ଼ିଥିବା କର୍ତ୍ତୃପକ୍ଷ ଜଣାଇବା ପରେ ପରିବାର ଏବଂ ଗ୍ରାମବାସୀ ବିଦ୍ୟାଳୟରେ ପହଞ୍ଚିି ଶିକ୍ଷକଙ୍କ ଏଭଳି କାର୍ଯ୍ୟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହ ବିଦ୍ୟାଳୟ ପରିଚାଳନା କମିଟିକୁ ଅବଗତ କରିଥିଲେ । ପରେ ଛାତ୍ରର ବାପା ବନବାସ ସୁନା ଟିକ୍ରାପଡ଼ା ଫାଣ୍ଡିକୁ ଯାଇ ଲିଖତ ଅଭିଯୋଗ କରିଛନ୍ତ। ପରେ ଫାଣ୍ଡି ଅଧିକାରୀ ଘଟଣାସ୍ଥଳକୁ ଆସି ଶିକ୍ଷକଙ୍କୁ ନେଇଯାଇଥିଲେ । ପୂର୍ବରୁ ଶିକ୍ଷକ ଜଣକ ମଦ ପିଇ ବିଦ୍ୟାଳୟକୁ ଆସୁଥିବା ନେଇ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବାପରେ ମଧ୍ୟ ଅଦ୍ୟାବଧ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିବା ସହ ଶିକ୍ଷକଙ୍କୁ ତୁରନ୍ତ ବଦଳି ନ କଲେ ଆଗାମୀ ଦିନରେ ବିଦ୍ୟାଳୟରେ ତାଲା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି । ସେହିପରି ଶିକ୍ଷକ ଜଣକ ବିଦ୍ୟାଳୟରେ ଶୋଇ ରହିଥିବାର ଏକ ଭିଡ଼ିଓ ଅଞ୍ଚଳରେ ଭାଇରାଲ ହେଉଛି । ଯାହାକୁ ନେଇ ବୁଦ୍ଧିଜିବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri