ମଦପିଇ ପିଟିପକାଇଲେ ଶିକ୍ଷକ, ଏକାବେଳକେ କଥା ଯାଇ…

ବଲାଙ୍ଗୀର,୨୨।୮(ସୁନିଲ ମହାନ୍ତି): ସଇଁତଳା ଥାନା ଅନ୍ତର୍ଗତ ଜୁରାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଗୁଦ୍ରାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଦ୍ୟପ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଆହତ ହୋଇଛନ୍ତି । ଛାତ୍ରଙ୍କ ପରିବାର ପକ୍ଷରୁ ଏ ନେଇ ଟିକ୍ରାପଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିକ୍ଷକଙ୍କୁ ଉଠାଇନେଇ ତଦନ୍ତ କରୁଥିବା ଜଣାପଡିଛି। ଅଭିଯୋଗ ଅନୁସାରେ ବିଦ୍ୟାଳୟରେ ଗ୍ରାମର ବନବାସ ସୁନାଙ୍କ ପୁତ୍ର ତୃତୀୟ ଶ୍ରେଣୀରେ ସ୍କୁଲରେ ପାଠ ପଢ଼ୁଛନ୍ତି । ଶୁକ୍ରବାର ଅପରାହ୍ନ ୧ ଘଣ୍ଟା ସମୟରେ ବିଦ୍ୟାଳୟର ଶିକ୍ଷକ ପ୍ରତାପ କୁମାର ନନ୍ଦ କୌଣସି କାରଣକୁ ନେଇ ଛାତ୍ରଙ୍କୁ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି। ଫଳରେ ଛାତ୍ର ଜଣକ ଅସୁସ୍ଥ ହୋଇ ପଡ଼ିଥିଲା। ପରିବାର ବର୍ଗଙ୍କୁ ଅସୁସ୍ଥ ହୋଇପଡ଼ିଥିବା କର୍ତ୍ତୃପକ୍ଷ ଜଣାଇବା ପରେ ପରିବାର ଏବଂ ଗ୍ରାମବାସୀ ବିଦ୍ୟାଳୟରେ ପହଞ୍ଚିି ଶିକ୍ଷକଙ୍କ ଏଭଳି କାର୍ଯ୍ୟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହ ବିଦ୍ୟାଳୟ ପରିଚାଳନା କମିଟିକୁ ଅବଗତ କରିଥିଲେ । ପରେ ଛାତ୍ରର ବାପା ବନବାସ ସୁନା ଟିକ୍ରାପଡ଼ା ଫାଣ୍ଡିକୁ ଯାଇ ଲିଖତ ଅଭିଯୋଗ କରିଛନ୍ତ। ପରେ ଫାଣ୍ଡି ଅଧିକାରୀ ଘଟଣାସ୍ଥଳକୁ ଆସି ଶିକ୍ଷକଙ୍କୁ ନେଇଯାଇଥିଲେ । ପୂର୍ବରୁ ଶିକ୍ଷକ ଜଣକ ମଦ ପିଇ ବିଦ୍ୟାଳୟକୁ ଆସୁଥିବା ନେଇ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବାପରେ ମଧ୍ୟ ଅଦ୍ୟାବଧ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିବା ସହ ଶିକ୍ଷକଙ୍କୁ ତୁରନ୍ତ ବଦଳି ନ କଲେ ଆଗାମୀ ଦିନରେ ବିଦ୍ୟାଳୟରେ ତାଲା ଦିଆଯିବ ବୋଲି ଚେତାବନୀ ଦେଇଛନ୍ତି । ସେହିପରି ଶିକ୍ଷକ ଜଣକ ବିଦ୍ୟାଳୟରେ ଶୋଇ ରହିଥିବାର ଏକ ଭିଡ଼ିଓ ଅଞ୍ଚଳରେ ଭାଇରାଲ ହେଉଛି । ଯାହାକୁ ନେଇ ବୁଦ୍ଧିଜିବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri