ଗୁରୁଦିବସରେ କାନ ଧରି ଆଣ୍ଠେଇଲେ ଶିକ୍ଷକ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୁରୁଦିବସରେ ଗୁରୁଙ୍କୁ ପୂଜା କରାଯାଏ। କିନ୍ତୁ ଏଭଳି ପବିତ୍ର ଦିବସରେ ଗୁରୁମାନେ କାନ ଧରି ଆଣ୍ଠେଇବା ସମସ୍ତଙ୍କୁ ଚକିତ କରିଛି। ଅନୁଦାନରୁ ବାଦ୍‌ ପଡ଼ିଥିବା ବିଦ୍ୟାଳୟମାନଙ୍କୁ ଅନୁଦାନ ପ୍ରଦାନ ନିମନ୍ତେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଚାଲିଥିବା ଶିକ୍ଷକଙ୍କ ଆନ୍ଦୋଳନର ରବିବାର ଥିଲା ଚତୁର୍ଥ ଦିନ। ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଆହ୍ବାନରେ ଚାଲିଥିବା ଏହି ଗଣଧାରଣାର ଚତୁର୍ଥ ଦିବସରେ ଶିକ୍ଷକମାନେ କାନ ଧରି ଆଣ୍ଠେଇ ନିଜ ଦାବି ପାଇଁ ପ୍ରତିବାଦ କରିଥିଲେ। ଏହି ଅହୋରାତ୍ର ଗଣଧାରଣା ୪ଦିନ ବିତି ଯାଇଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଲୋଚନା କରାଯାଇ ନାହିଁ। ଏପରି କି ଗୁରୁଦିବସ ଭଳି ପବିତ୍ର ଦିବସରେ ମଧ୍ୟ ସରକାର ଶିକ୍ଷକମାନଙ୍କୁ ରାଜରାସ୍ତାରେ ବସିବା ପାଇଁ ବାଧ୍ୟ କଲେ ବୋଲି ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri