ଅନୁଶାସନ ନାମରେ ୩୦ ପିଲାଙ୍କ କେଶ କାଟିଲେ ଶିକ୍ଷକ…

ଗୁଆହାଟୀ,୨୭।୫ : ଆସାମର ମାଜୁଲି ଜିଲାରେ ଅନୁଶାସନ ନାମରେ ଜଣେ ଶିକ୍ଷକ ୩୦ ଜଣ ପିଲାଙ୍କ କେଶ କାଟିବା ମାମଲା ସାମ୍ନାକୁ ଆସିଛି। ଜିଲାର ଡେପୁଟି କମିଶନର ଏ ସମ୍ପର୍କରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କ ସ୍ପଷ୍ଟୀକରଣରେ କହିଛନ୍ତି ପିଲାମାନେ ସେମାନଙ୍କର କେଶକୁ ଲମ୍ବା ରଖିଛନ୍ତି, ଯାହା ବିଦ୍ୟାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ ବର୍ଜନୀୟ। ସ୍କୁଲ କର୍ତ୍ତୃପକ୍ଷ କହିଛନ୍ତି ସେମାନଙ୍କୁ ଅନେକ ଥର ଚେତାବନୀ ଦିଆଯାଇଥିଲା ଏବଂ ପିତାମାତାଙ୍କୁ ମଧ୍ୟ ସୂଚନା ଦିଆଯାଇଥିଲା କିନ୍ତୁ କିଛି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ସେମାନେ ଲମ୍ବା କେଶ ରଖିଥିବାରୁ ଅଦୁଶାସନ ଶିକ୍ଷା ପାଇଁ ଏଭଳି କରାଯାଇଥିଲା। ଏହା ଏକ ଅନୁଶାସନ ଉପାୟ ଥିଲା ।

ଡେପୁଟି କମିଶନର କାବେରୀ ବି ଶର୍ମା ସମ୍ପୃକ୍ତ ଅଧିକାରୀଙ୍କୁ ଏହି ଘଟଣାର ଅନୁସନ୍ଧାନ କରିବାକୁ ଏବଂ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ସେ କହିଛନ୍ତି, ପ୍ରାଥମିକ ଅନୁସନ୍ଧାନ ଅନୁଯାୟୀ ଶିକ୍ଷକ କେବଳ ଲମ୍ବା କେଶ କାଟି ଏହାକୁ ଛୋଟ କରିଛନ୍ତି। ସମ୍ପୂର୍ଣ୍ଣ ଭାବେ କାଟିନାହାନ୍ତି। ସମ୍ପୂର୍ଣ୍ଣ କେଶ କଟାଯାଇଥିବା ରିପୋର୍ଟରେ ମିଥ୍ୟା।

ନିକି ନାମକ ଅଭିଯୁକ୍ତ ଶିକ୍ଷକ କହିଛନ୍ତି, ସେ କେବଳ ସ୍କୁଲ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ ପାଳନ କରିଛନ୍ତି। ତେବେ ଘଟଣା ପରେ ପିଲାମାନେ କ୍ଲାସରେ ଯୋଗଦେବାକୁ ମନା କରୁଛନ୍ତି। ଜଣେ ଛାତ୍ରଙ୍କର ଅଭିଭାବକ କହିଥିଲେ ସେମାନଙ୍କ ପିଲାମାନେ କାନ୍ଦି କାନ୍ଦି ଘରକୁ ଆସିଥିଲେ ଏବଂ ବର୍ତ୍ତମାନ ସେମାନେ ସ୍କୁଲ ଯିବାକୁ ମନା କରୁଛନ୍ତି। ସେମାନେ ନିଜକୁ ଅତ୍ୟନ୍ତ ଅପମାନିତ ଅନୁଭବ କରୁଛନ୍ତି।

ଅଭିଭାବକମାନେ କହିଛନ୍ତି ବିଦ୍ୟାଳୟ ଶୃଙ୍ଖଳାକୁ କାର୍ଯ୍ୟକାରୀ କରିବା ଆବଶ୍ୟକ। କିନ୍ତୁ ଅନୁଶାସନର ସୀମା ପ୍ରତି ମଧ୍ୟ ଯତ୍ନବାନ ହେବା ଉଚିତ। ସମସ୍ତ ପିଲା ଏକତ୍ରିତ ହୋଇଥିବା ସମୟରେ ପୁରା ବିଦ୍ୟାଳୟ ସାମ୍ନାରେ କେଶ କାଟିବା ଅପମାନଜନକ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri