ସୋମବାର ସ୍କୁଲ ଆସିଲେନି ଶିକ୍ଷୟିତ୍ରୀ, ଶିକ୍ଷକ

ମୋରଡା,୨୯।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ଶିକ୍ଷାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି l ସମ୍ପକ୍ତ ବ୍ଲକ ଅଧୀନ ଗଡିଗାଁ ପଞ୍ଚାୟତର ଡେଙ୍ଗାଶୋଳ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ଦାନରେ ବ୍ୟତିକ୍ରମ ହେଉଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ମୁତାବକ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଥିବା ବେଳେ ମୋଟ ୨୫ଜଣ ଛାତ୍ରୀଛାତ୍ର ପଢୁଛନ୍ତି l କୁଇଲି ମୁର୍ମୁ ଓ଼ ସଞ୍ଜୀବ ମହାନ୍ତ ବିଦ୍ୟାଳୟର ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି l ହେଲେ ସୋମବାର ଶିକ୍ଷୟିତ୍ରୀ, ଶିକ୍ଷକ ଦୁଇଜଣ କୌଣସି କାରଣରୁ ସ୍କୁଲ ଆସି ନ ଥିଲେ। ଫଳରେ କୁନି କୁନି ଛାତ୍ରୀଛାତ୍ରମାନେ ସ୍କୁଲ ରୋଷେୟା ଅହଲ୍ୟା ମହାନ୍ତଠାରୁ ବିଦ୍ୟାଳୟର ଚାବି ଆଣି ଶ୍ରେଣୀ ଗୃହ ଖୋଲି ବସିଥିଲେ।

କିନ୍ତୁ ପୂର୍ବାହ୍ନ ୧୦ଟାରୁ ୪ଟା ପର୍ଯ୍ୟନ୍ତ ସମ୍ପୃକ୍ତ ଦୁଇ ଶିକ୍ଷକ ବିଦ୍ୟାଳୟ ଆସି ନ ଥିଲେ। ଫଳରେ ଫଳରେ ଛାତ୍ରୀଛାତ୍ରମାନେ ପାଠ ପଢାରୁ ବଞ୍ଚିତ ହୋଇଛନ୍ତି। ଏଥି ସହିତ ପିଲାମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ରୋଷେଇ ହୋଇ ନ ଥିବା ବେଳେ ରୋଷେୟା ପାଉଁରୁଟି ଆଣି ପିଲାଙ୍କୁ ଦେଇ ବିଦ୍ୟାଳୟରୁ ଚାଲିଯାଇଥିଲେ ।

ତେବେ ବିଦ୍ୟାଳୟରେ ଆଜିର ପରିସ୍ଥିତି ନୂଆ ନୁହଁ l ସମ୍ପୃକ୍ତ ଦୁଇ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ଦିନ ବିଦ୍ୟାଳୟକୁ ଠିକ୍‌ ଭାବେ ଆସୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଅଧିକାଂଶ ଦିନ ପିଲାମାନେ ପାଠପଢାରୁ ବଞ୍ଚିତ ହେଉଥିବା ଅଭିଭାବକ ଜୟନ୍ତ ମହାନ୍ତ, ପରମେଶ୍ୱର ମହାନ୍ତ, ସ୍ବରୂପ ମହାନ୍ତଙ୍କ ସହ ଅନ୍ୟମାନେ ଅଭିଯୋଗ କରିଛନ୍ତି।

ତେବେ ଦିନତମାମ ବିଦ୍ୟାଳୟକୁ ଶିକ୍ଷୟିତ୍ରୀ, ଶିକ୍ଷକ ନ ଆସିବା ମୋରଡା ବିଇଓ ମନମୋହନ ହେମ୍ବ୍ରମଙ୍କ ଅବଗତରେ ନ ଥିଲା। ଯାହା ଅତ୍ୟନ୍ତ ଦୁଃଖ ଓ଼ ପରିତାପର ବିଷୟ l ଆମ୍ଭ ପ୍ରତିନିଧି ବିଇଓ ମନମୋହନଙ୍କୁ ଜଣାଇବା ପରେ ସେ ଘଟଣା ସମ୍ପର୍କରେ ଅବଗତ ହୋଇଥିଲେ। ଏନେଇ ବିଇଓ ହେମ୍ବ୍ରମଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।

ଘଟଣା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି। ମୋରଡ଼ାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଥିବା ଅଭିଯୋଗରେ ମୋରଡା ବିଧାୟକ ତଥା ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ପରିତୋଷ ବାରିକ, ସମୀର କୁମାର ବେହେରା, ପିତ୍ତରଞ୍ଜନ ଜେନା, ତାପସ କୁମାର ସିଂ, ଛୁଟୁ ରଣା ପ୍ରମୁଖ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri