ଦୁଇମାସ ତଳେ ବଦଳିି ହୋଇ ଆସିଥିଲେ, ଚାଲିଗଲା ଜୀବନ

ସେମିଳିଗୁଡ଼ା/ସୁନାବେଡ଼ା,୧୭ା୨(ସ୍ବ.ପ୍ର.): ୨୬ ନମ୍ବର ଜାତୀୟ ରାଜପଥ ସେମିଳିଗୁଡ଼ା ଗଙ୍ଗାମା’ ମନ୍ଦିର ନିକଟରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ସ୍କୁଲ ଯାଉଥିବା ଜଣେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଅନ୍ନପୂର୍ଣ୍ଣା କୁମାରୀ ପଣ୍ଡା (୪୯)।

ମିଳିଥିବା ସୂଚନା ମୁତାବକ, କାକିଗାଁରୋଡ୍‌ସ୍ଥିତ ନିଜ ବାସଭବନରୁ ଅନ୍ନପୂର୍ଣ୍ଣା ସ୍କୁଟି (ଓଆର୍‌ ୧୦ ଏଫ୍‌-୨୨୦୫) ଯୋଗେ ପାକଝୋଲା ପଞ୍ଚାୟତର ଉପରମାନିଆସ୍ଥିତ ସ୍କୁଲକୁ ଯାଉଥିବା ବେଳେ ଏକ ଟ୍ରକ୍‌(ଏନ୍‌ଏଲ୍‌ ୦୧ଏସି-୭୨୨୧) ତାଙ୍କୁ ପଛପଟ ଧକ୍କା ଦେଇ ଫେରାର ହୋଇଯାଇଥିଲା। ପରେ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା । ଖବର ପାଇ ସେମିଳିଗୁଡ଼ା ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ମହାପାତ୍ର, ତହସିଲଦାର ରଞ୍ଜିତାମେରୀ ନାୟକ, ଏସ୍‌ଆଇ ଦୀପକ ବାରିକ, ଏଏସ୍‌ଆଇ ଦିଗନ୍ତ ପ୍ରଭୁସହାୟ ପ୍ରମୁଖ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ କୋରାପୁଟକୁ ପଠାଇଥିଲେ। ଫେରାର ହୋଇଯାଇଥିବା ଟ୍ରକ୍‌କୁ କୁନ୍ଦୁଲି ହାଟ ନିକଟରୁ ଠାବ କରାଯାଇଛି। ଡ୍ରାଇଭରକୁ ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଏନେଇ ପୋଲିସ ଏକ ମାମଲା(ନଂ. ୨୫/୨୨) ରୁଜୁ କରି ଅଧିକ ତଦନ୍ତ ଜାରି ରହିଛି । ସୂଚନାଯୋଗ୍ୟ, ଶିକ୍ଷୟିତ୍ରୀ ଅନ୍ନପୂର୍ଣ୍ଣା ଦୁଇମାସ ତଳେ ଲକ୍ଷ୍ମୀପୁର ବ୍ଲକରୁ ବଦଳି ହୋଇ ସେମିଳିଗୁଡ଼ା ବ୍ଲକର ଉପରୋକ୍ତ ବିଦ୍ୟାଳୟକୁ ଆସିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri