ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି । ମୃତକ ହେଉଛନ୍ତି ପବିତ୍ର ସ୍ୱାଇଁ ।

ସୂଚନା ଅନୁସାରେ, ମୃତ ଶିକ୍ଷକ ଲମତାପୁଟ ବ୍ଲକର କୁମାରଗନ୍ଧଣା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ବୁଧବାର ଅପରାହ୍ନ ପ୍ରାୟ ୫ଟା ବେଳେ ବିଦ୍ୟାଳୟ ଛୁଟି ପରେ ସେ ବାଇକ୍‌ରେ କୋରାପୁଟ ସହରସ୍ଥିତ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଶୁକୁ ବ୍ରିଜ ନିକଟରେ ଏକ ମାଲବାହୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ଖବର ପାଇ କୋରାପୁଟ ଜିଆରପି ଥାନା ଅଧିକାରୀ କିରଣ କୁମାରଙ୍କ ନେତୃତ୍ୱରେ ଏକ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ଘଟଣାର ଅଧିକ ତଦନ୍ତ ଚାଲିଥିବା ଜିଆରପି ପକ୍ଷରୁ ସୂଚନା ମିଳିଛି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri