ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ, ବରଗଡ଼ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ରିତେଶ ପଧାନ(୨୯) । ସେ କଳାହାଣ୍ଡି ଜିଲା ଭବାନୀପାଟଣା ସର୍କଲ ଅଞ୍ଚଳରେ ହାଇସ୍କୁଲ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ ବୋଲି ସୂଚନା ମିଳିଛି।

ସୂଚନା ଅନୁଯାୟୀ, ରିତେଶ ତାଙ୍କ ୪ଜଣ ସାଙ୍ଗଙ୍କ ସହିତ ବାରବଖରା ଜଳପ୍ରପାତ ବୁଲିବାକୁ ଆସିଥିଲେ । ଜଳପ୍ରପାତରେ ଗାଧୋଉଥିବା ବେଳେ ହଠାତ୍ ସେ ତଳକୁ ଖସି ପଡ଼ିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଓ ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଗ୍ରାମବାସୀ ଉଦ୍ଧାର କାର୍ଯ୍ୟରେ ଲାଗି ପଡ଼ିଥିଲେ। ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ରିତେଶଙ୍କୁ ମୃତ ଘୋଷଣା କରିଥିଲେ । ଅମ୍ବାଭୋନା ଥାନା ପୋଲିସ୍ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri