କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ ଶିକ୍ଷକ ଜଣକ ଶିବଶକ୍ତି ନଗର ଲେନ ୨ ରେ ବାସିନ୍ଦା କୃଷ୍ଣ ଚନ୍ଦ୍ର ସେନାପତି(୫୩) ବୋଲି ଜଣାପଡିଛି ।

ଶିକ୍ଷକ ଜଣକ କୂଅରେ ପଡିଥିବା ଖବର ପାଇ ଗୁଣପୁର ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ । ଏହାପରେ ତାଙ୍କୁ ଗୁଣପୁର ଉପଖଣ୍ଡରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ଚାଙ୍କୁ ମୃତ ଘୋଷଣା କରିଥିଲେ । ସୂଚନା ଅନୁଯାୟୀ ମୃତ ଶିକ୍ଷକ ଜଣକ ଦୀର୍ଘ ମାସ ଧରି ପକ୍ଷାଘାତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ । ଏଥିପାଇଁ ସେ ସର୍ବଦା ମାନସିକ ଦୁଶ୍ଚିନ୍ତାରେ ରହୁଥିଲେ । ତେବେ ସେ କେଉଁ ପରିସ୍ଥିତିରେ କୂଅରେ ପଡିଲେ ତାହା ତଦନ୍ତ ପରେ ସ୍ପଷ୍ଟ ହୋଇପାରିବ ।  ଖବର ପାଇ ଗୁଣପୁର ପୋଲିସ ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ପ୍ରକାଶଥାଉକି, ସେ ଗତ କିଛି ଦିନ ତଳେ ଗୁଣପୁରରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ରେ ଅଭିଯୋଗ କରି ତାଙ୍କର ବଦଳି ଗୁଣପୁର ଅଞ୍ଚଳକୁ କରିବାକୁ ନିବେଦନ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri