ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସକାଳେ ସେ ହଠାତ ଅସୁସ୍ଥ  ଅନୁଭବ କରିବା ପରେ ପରିବାରଲୋକେ ତାଙ୍କୁ ଚିକିତ୍ସା ପାଇଁ ବାସୁଦେବପୁର ଡ଼ାକ୍ତରଖାନାକୁ ଆଣିଥିଲେ। ସେଠାରେ କାର୍ଯ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନା ମୁତାବକ, ସେ ଚାନ୍ଦବାଲି ବ୍ଲକ ଗାରଦ ପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ଜନଗଣନା କାର୍ଯ୍ୟ ସାରି ସେ ଘରକୁ ଫେରି ଥିବାବେଳେ ହଠାତ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ  ବାସୁଦେବପୁର ଡାକ୍ତରଖାନା ରେ ରହିଛି। ତେବେ ଏହି ଶିକ୍ଷକଙ୍କ ମୃତ୍ୟୁରେ ବାସୁଦେବପୁର ଓ ଚାନ୍ଦବାଲି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Dharitri – Odisha’s No.1 Odia Daily

Share