ଶିକ୍ଷକ ସମାରୋହରେ ନିରାଶ ହେଲେ ଶିକ୍ଷକ, ସମ୍ମାନ ଗ୍ରହଣ କରି ନ ପାରି…

କଟକ ସଦର,୫ା୯(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର ଏକ କଲ୍ୟାଣମଣ୍ଡପରେ ଶୁକ୍ରବାର ଶିକ୍ଷା ସମ୍ମାନ ସମାରୋହ -୨୦୨୫ ଅନୁଷ୍ଠିତ ହୋଇଥିଲା। ଗୁରୁଦିବସ ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କଟକ ସଦର ବ୍ଲକ ଅନ୍ତର୍ଗତ ୧୮ଟି କ୍ଳଷ୍ଟରର ୧୨୦୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ,ଶିକ୍ଷକ, ଅବସରପ୍ରାପ୍ତ ଶିକ୍ଷୟିତ୍ରୀ, ଶିକ୍ଷକ, ମହାବିଦ୍ୟାଳୟର ଅଧ୍ୟାପକମାନଙ୍କୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କିନ୍ତୁ ବହୁ ବରିଷ୍ଠ ଶିକ୍ଷୟତ୍ରୀ ଓ ଶିକ୍ଷକମାନେ ଭିଡ଼ରେ ସମ୍ମାନ ଗ୍ରହଣ କରି ନ ପାରି ନିରାଶରେ ଫେରିଯାଇଥିଲେ। ବେଣ୍ଟକାର ମଧ୍ୟ ଇଂରାଜୀ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରଫୁଲ୍ଲ ମହାପାତ୍ର ନିରାଶ ହୋଇ ଫେରିଯାଇଥିବା ଗଣମାଧ୍ୟମରେ ପ୍ରକାଶ କରିଥିଲେ। ଏପରି ପରିସ୍ଥିତି ହେଲା ସେଚ୍ଛାସେବୀମାନଙ୍କୁ ବାହାରକୁ ଆସି ଫେରିଯାଉଥିବା ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କୁ ଉତ୍ତରୀୟ ଓ ମାନପତ୍ର ସହ ଗୋଲାପ ଫୁଲ ବାଣ୍ଟିବାକୁ ପଡ଼ିଥିଲା।

କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ସମାଜସେବୀ ହୃଷୀକେଶ ଜେନା, ଅବସରପ୍ରାପ୍ତ ଶିକ୍ଷକ ଗୋଲକ ମଣି ସ୍ବାଇଁ, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଅନନ୍ତ ଚରଣ ଦେହୁରୀ, ସୁଦୀପ୍ତା ନନ୍ଦ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?