ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି ଦିନରୁ ସେ ବ୍ରହ୍ମଚର୍ଯ୍ୟ ଗ୍ରହଣ କରିଥିଲେ। ମାଲକାନଗିରି ଜିଲାରେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପର୍ଯ୍ୟନ୍ତ ଶିକ୍ଷକତା ପରେ ମଙ୍ଗଳବାର ଶିଖାପାଲି ପଞ୍ଚାୟତ ଅଧୀନ ଫୁଲଗୁଡ଼ା ପ୍ରାଥମିକ ବିଦ୍ୟାଳୟରୁ ସେ ଅବସର ନେଇଛନ୍ତି। ସେ ହେଲେ ଅବସରପ୍ରାପ୍ତ ଶିକ୍ଷକ ସୁଶାନ୍ତ କୁମାର ସାହୁ।

ଅବସର ଗ୍ରହଣ କରିବା ଦୁଇଦିନ ପୂର୍ବରୁ ସାହୁ ବୋର୍ଡ ଅଫ ମେଡିକାଲ୍‌ ଏକ୍ସପର୍ଟକୁ ନିଜ ଶରୀର ଦାନ କରିଛନ୍ତି। ଏହା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ସହାୟକ ହୋଇପାରିବ ବୋଲି ସାହୁ ପ୍ରକାଶ କରିଛନ୍ତି। ଏପରିକି ଶିକ୍ଷକ ସାହୁ ରକ୍ତ ଦାନ କରି ବିଦ୍ୟାଳୟକୁ ଯାଇ ଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ନିୟମିତ ବିଦ୍ୟାଳୟକୁ ଆସି ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ତାଙ୍କ ପିତା ଗୋଲକ ଚନ୍ଦ୍ର ସାହୁ କଟକ ଜିଲା ବାସୁଦେବପୁର ଗ୍ରାମର ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ। ଛାତ୍ରବସ୍ଥାରେ ସେ ବ୍ରହ୍ମଚର୍ଯ୍ୟ ଗ୍ରହଣ କରି ଅବିବାହିତ ରହିଥିଲେ। ଅବସର ପରେ ବାକି ସମୟ ପୂରୀର ଏକ ଆଶ୍ରମରେ ରହି ଲୋକଙ୍କ ସେବା କରିବା ସହ ଶେଷ ଜୀବନ ବିତାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri