ଚାକିରିରୁ ଅବସର ନେବା ପରେ ଶରୀର ଦାନ କଲେ ଶିକ୍ଷକ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ଚାକିରିରୁ ଅବସର ନେବା ଦିନ ରକ୍ତଦାନ ସହ ନିଜ ଶରୀର ଦାନ କରିଛନ୍ତି ଜଣେ ଶିକ୍ଷକ। ଶିକ୍ଷକଙ୍କ ଏପରି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଏହା ସମାଜ ପାଇଁ ଏକ ଅନନ୍ୟ ଉଦାହରଣ ବୋଲି ଚର୍ଚ୍ଚା ହେଉଛି। ପିଲାଟି ଦିନରୁ ସେ ବ୍ରହ୍ମଚର୍ଯ୍ୟ ଗ୍ରହଣ କରିଥିଲେ। ମାଲକାନଗିରି ଜିଲାରେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପର୍ଯ୍ୟନ୍ତ ଶିକ୍ଷକତା ପରେ ମଙ୍ଗଳବାର ଶିଖାପାଲି ପଞ୍ଚାୟତ ଅଧୀନ ଫୁଲଗୁଡ଼ା ପ୍ରାଥମିକ ବିଦ୍ୟାଳୟରୁ ସେ ଅବସର ନେଇଛନ୍ତି। ସେ ହେଲେ ଅବସରପ୍ରାପ୍ତ ଶିକ୍ଷକ ସୁଶାନ୍ତ କୁମାର ସାହୁ।

ଅବସର ଗ୍ରହଣ କରିବା ଦୁଇଦିନ ପୂର୍ବରୁ ସାହୁ ବୋର୍ଡ ଅଫ ମେଡିକାଲ୍‌ ଏକ୍ସପର୍ଟକୁ ନିଜ ଶରୀର ଦାନ କରିଛନ୍ତି। ଏହା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ସହାୟକ ହୋଇପାରିବ ବୋଲି ସାହୁ ପ୍ରକାଶ କରିଛନ୍ତି। ଏପରିକି ଶିକ୍ଷକ ସାହୁ ରକ୍ତ ଦାନ କରି ବିଦ୍ୟାଳୟକୁ ଯାଇ ଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ନିୟମିତ ବିଦ୍ୟାଳୟକୁ ଆସି ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ତାଙ୍କ ପିତା ଗୋଲକ ଚନ୍ଦ୍ର ସାହୁ କଟକ ଜିଲା ବାସୁଦେବପୁର ଗ୍ରାମର ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ। ଛାତ୍ରବସ୍ଥାରେ ସେ ବ୍ରହ୍ମଚର୍ଯ୍ୟ ଗ୍ରହଣ କରି ଅବିବାହିତ ରହିଥିଲେ। ଅବସର ପରେ ବାକି ସମୟ ପୂରୀର ଏକ ଆଶ୍ରମରେ ରହି ଲୋକଙ୍କ ସେବା କରିବା ସହ ଶେଷ ଜୀବନ ବିତାଇବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri