୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ ଜିଲା ଜଜ୍‌(ପୋସ୍କୋ) ମୋନାଲିସା ମହାନ୍ତି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଏଥିସହ ପୀଡ଼ିତାଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ, ୨୦୨୫ ଅଗଷ୍ଟ ମାସରେ ହରିଚନ୍ଦନପୁର ଅଞ୍ଚଳରେ କୋଚିଂ ସେଣ୍ଟର ଚଳାଉଥିବା ଗୌତମ ମହାନ୍ତ(୩୮) କୋଚିଂରେ ପଢ଼ୁଥିବା ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ଘଟଣା ସମ୍ପର୍କରେ ପରିବାର ଲୋକ ଜାଣିବା ପରେ ଗାଁରେ ବୈଠକ ହୋଇଥିଲା । ବୈଠକରେ ଅଭିଯୁକ୍ତଙ୍କୁ ପଚରାଉଚରା କରାଯାଇଥିବା ବେଳେ ସେ ତାଙ୍କ ଦୋଷ ସ୍ବୀକାର କରିଥିଲେ। ଏନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ହରିଚନ୍ଦନପୁର ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ମାମଲାର ବିଚାର ବେଳେ ୧୫ଜଣ ସାକ୍ଷୀଙ୍କ ବୟାନ ଓ ଉପସ୍ଥାପିତ ପ୍ରମାଣକୁ ଭିତ୍ତି କରି ଶନିବାର ଅଦାଲତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଅଦାଲତ ଅଭିଯୁକ୍ତ ଗୌତମଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୨ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦାୟରେ ଆଉ ଏକ ବର୍ଷ ସଶ୍ରମ କାରାଦଣ୍ଡର ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ପୀଡ଼ିତାଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ମଧ୍ୟ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ମାମଲାକୁ ସ୍ବତନ୍ତ୍ର ପିପି ସଞ୍ଜୟ ପାଇକରାୟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?