ନକଲି ସାର୍ଟିଫିକେଟ ଦେଇ ଶିକ୍ଷକ ଚାକିରି

ନୀଳଗିରି, ୫ା୪(ସ୍ବ.ପ୍ର.): ରାଜ୍ୟରେ ବିଭିନ୍ନ ସ୍ଥାନରେ ଏବେ ନକଲି ସାର୍ଟିଫିକେଟ ଧର ପଗଡ଼ ଚାଲିଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରିରେ ନକଲି ସାର୍ଟିଫିକେଟ ଦେଇ ୩ଜଣ ଶିକ୍ଷୟତ୍ରୀଶିକ୍ଷକ ଚାକିରି କରିଥିବା ଚର୍ଚ୍ଚା ଜୋର୍‌ ଧରିଛି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।
ପୂର୍ବରୁ ଗଣଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକ ମାଟ୍ରିକ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି କରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ଯୁକ୍ତ ୨ ପାସ୍‌ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେତେବେଳେ ଏହି ୩ଜଣ ବେତନଟୀ ଜବାହର ନବୋଦୟରେ ଯୁକ୍ତ ୨ ପରୀକ୍ଷା ଦେଇ ଫେଲ୍‌ ହୋଇଥିଲେ। ପରେ ସରକାରଙ୍କ ଗାଇଡ୍‌ଲାଇନ୍‌କୁ ପରିପୂର୍ଣ୍ଣ କରିବା ପାଇଁ ଅସାଧୁ ଉପାୟ ଅବଲମ୍ବନ କରି ପଶ୍ଚିମବଙ୍ଗ ରାଜ୍ୟର ସୋନାରପୁରସ୍ଥିତ ରାମକୃଷ୍ଣ ବିଦ୍ୟାଳୟ ପୀଠରୁ ନକଲି ସାର୍ଟିଫିକେଟ୍‌ ହାସଲ କରି ବିଭାଗକୁ ଦେଇଥିଲେ। ପୂର୍ବରୁ ଏହି ଘଟଣା ବିଇଓଙ୍କ ନଜରରେ ଥିବା ବେଳେ ଉକ୍ତ ଶିକ୍ଷୟିତ୍ରୀଶିକ୍ଷକମାନେ ଏବେ ମଧ୍ୟ କାର୍ଯ୍ୟରତ ଅଛନ୍ତି। ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମିଳିବା ପରେ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଶିକ୍ଷକମାନେ ପାସ୍‌ କରୁଥିବା କଥା କହୁଥିବା ବେଳେ ଏହି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି।
ଏହି ଘଟଣାକୁ ନେଇ ନୀଳଗିରି ବିଇଓ ସ୍ନିଗ୍ଧା ପଣ୍ଡାଙ୍କ ମତାମତ ନେବାରୁ ସେ କହିଥିଲେ କି, ଉକ୍ତ ତିନିଜଣଙ୍କ ମଧ୍ୟରୁ ଜଣଙ୍କର ସାର୍ଟିଫିକେଟ୍‌ ପୂର୍ବରୁ ତଦନ୍ତ କରି ବାଲେଶ୍ୱର ଡିଇଓଙ୍କୁ ରିପୋର୍ଟ ଦିଆଯାଇଛି। ଅନ୍ୟ ଦୁଇ ଜଣଙ୍କ ଘଟଣା ବିଷୟରେ ତଦନ୍ତ ଖୁବ୍‌ଶୀଘ୍ର କରାଯିବ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri