ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ।

ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି। ହେଲେ ସେ ଆଜି କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତିର ମାଲିକ। ତାଙ୍କ ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରି ବର୍ତ୍ତମାନ ସୁଦ୍ଧା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ ଟିମ୍‌। ଭିଜିଲାନ୍ସ ବିଭାଗର ୪ଟି ଟିମ୍‌ ୬ଟି ସ୍ଥାନରେ ଚଢ଼ାଉ କରି ଶିକ୍ଷକଙ୍କଠାରୁ ସାଢ଼େ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ କରିଛି।

ଏହି ଚଢ଼ାଉରେ ନଗଦ ୨ଲକ୍ଷ ୮୮ ହଜାର ଟଙ୍କା, ୨ଟି ଚାରିଚକିଆ ଯାନ, ୨ଟି ତିନି ମହଲା ଘର, ୩ଟି ଦୁଇ ମହଲା ଘର, ୨୧ ଲକ୍ଷ ୬୮ ହଜାର ଟଙ୍କାର ବ୍ୟାଙ୍କ ଜମା, ୪୦୮ ଗ୍ରାମ ଓଜନର ସୁନାଗହଣା, ୨୨୯ ଗ୍ରାମର ରୁପା ଅଳଙ୍କାର ଜବତ କରିଛି ଭିଜିଲାନ୍ସ ଟିମ୍‌ । ଜଣେ ପ୍ରାଥମିକ ସ୍କୁଲର ଶିକ୍ଷକ ଯେ ଏତେ କୋଟି ଟଙ୍କାର ମାଲିକ ହୋଇପାରନ୍ତି ଏହା ଦେଖି ଭିଜିଲାନ୍ସ ବିଭାଗ ଟିମ୍‌ ଜଳକା ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri