ସ୍କୁଲ ଆସୁନାହାନ୍ତି ଶିକ୍ଷକ: ପଡୁଛି ତାଲା

ଜୁନାଗଡ଼,୨୫ା୭(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଲଖନାପଡ଼ା ପ୍ରାଥମିକ ବିଦ୍ୟାଳୟକୁ ଅଧିକାଂଶ ସମୟରେ ଶିକ୍ଷକ ଆସୁ ନ ଥିବାରୁ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। ସ୍କୁଲ ବନ୍ଦ ଯୋଗୁ ଗରିବ ଆଦିବାସୀ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନରୁ ବଞ୍ଚିତ ହେଉଛନ୍ତି। ଏ ସମ୍ପର୍କରେ ଗ୍ରାମର ମାନିଆ ମାଝି ଅଭିଯୋଗ ଆଣିଛନ୍ତି। ଏହି ସ୍କୁଲରେ ୨ଜଣ ଶିକ୍ଷକ ରହିଥିବା ବେଳେ ପ୍ରାୟ ୨୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସ୍କୁଲ ବନ୍ଦ ସମ୍ପର୍କରେ ପ୍ରଧାନ ଶିକ୍ଷକ କନ୍ଦର୍ପ ନାଏକଙ୍କୁ ପଚାରିବାରୁ ସେ ମେଡିକାଲ ଛୁଟିରେ ଅଛନ୍ତି। ସହକାରୀ ଶିକ୍ଷକଙ୍କୁ ସ୍କୁଲ ଖୋଲିବା ପାଇଁ ଦାୟିତ୍ୱ ଦେଇଥିଲେ ବୋଲି କହିଥିଲେ।

ଜୁନାଗଡ଼ ବ୍ଲକ୍‌ ଶିକ୍ଷାଧିକାରୀ (ବିଇଓ) ତପନ କୁମାର ମାଝିଙ୍କୁ ପଚାରିବାରୁ ପ୍ରଧାନ ଶିକ୍ଷକ ଛୁଟିରେ ନ ଥିବା କହିଥିବା ବେଳେ ସ୍କୁଲ ବନ୍ଦ ରହିବା ଘଟଣାର ତଦନ୍ତ କରାଯିବ ବୋଲି କହିଥିଲେ। ପ୍ରଧାନ ଶିକ୍ଷକ ଓ ବିଇଓଙ୍କ କଥାରେ ତାଳମେଳ ରହୁ ନ ଥିବାରୁ ଘଟଣା ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ଜିଲାପାଳ ଏଥିପ୍ରତି ଦୃଷ୍ଟି ଦେବାକୁ ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri