ଶିକ୍ଷୟିତ୍ରୀ ମମିତା ମୃତ୍ୟୁ ମାମଲା: ଆଖୁ କିଆରିରୁ ଧରା ପଡ଼ିଲେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ

ବଲାଙ୍ଗୀର ଅଫିସ,୧୯ା୧୦: ଶିକ୍ଷୟିତ୍ରୀ ମମିତା ମେହେର  ନିଖୋଜ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶେଷରେ ଧରା ପଡ଼ିଛନ୍ତି। ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ପଞ୍ଚାୟତ ବୁଢ଼ିପଦର ଗାଁର ଏକ ଆଖୁ କିଆରିରେ ଲୁଚି ରହିଥିବା ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି ଗୋବିନ୍ଦ। ଚକ୍‌ମା ଦେଇ ଟିଟିଲାଗଡ଼ ପୋଲିସ ବାରାକରୁ ଖସି ପଳାଇଥିଲେ।

ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ଗତ ୧୧ ଦିନ ହେବ ନିଖୋଜ ଥିବା ବେଳେ ଏହି ଘଟଣାର ତଦନ୍ତ କରିବାକୁ ଯାଇ ମହାଲିଙ୍ଗ ହାଇସ୍କୁଲ ଷ୍ଟାଡିୟମରେ ଆଜି ସକାଳେ ଜେସିବି ସାହାଯ୍ୟରେ ଖୋଳାଖୋଳି ଆରମ୍ଭ ହୋଇଥିଲା। ଘଟଣାର ମାତ୍ର ୩ ଘଣ୍ଟା ପରେ ଜେସିବି ଖୋଳୁ ଖୋଳୁ ମାତ୍ର ୮-୧୦ ଫୁଟ ତଳୁ ଏକ ପୋଡ଼ା ମୃତଦେହ ଉଦ୍ଧାର ହୋଇଥିଲା। ମୃତଦେହଟି ପୋଡ଼ି ଯାଇଥିବାରୁ ତାହା ଚିହ୍ନିବା କଷ୍ଟକର ହୋଇପଡ଼ିଛି। ଉକ୍ତ ସ୍ଥାନକୁ ପୋଲିସ ଚାରିପଟୁ ସିଲ୍‌ କରିଦେଇଛି। ଘଟଣାସ୍ଥଳରୁ ମୃତଦେହ ବାଦ୍‌ ଏକ ଧୂପକାଠି, ପାଉଁଜି, ସୁନା ଚେନ୍‌, ବ୍ରେସଲେଟ୍‌, ମୁଦି ଓ ଆହୁରି କିଛି ସାମଗ୍ରୀ ମଧ୍ୟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri