ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ ସରକାରୀ ସ୍କୁଲର ଶିକ୍ଷକ ରଞ୍ଜନ ଜେନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପୋଲିସ ତାଙ୍କୁ ଗିରଫ କରିଛି । ଶିକ୍ଷକଜଣକ ବାଲେଶ୍ୱର ଜିଲାର ନିବାସୀ ଏବଂ ୨୦୨୨ ମସିହାରୁ ଏହି ସ୍କୁଲରେ କାର୍ଯ୍ୟରତ ଥିଲେ ।
ଅଭିଯୋଗ ଅନୁସାରେ, ସେ ଟିଉସନ୍‌ ଦେବା ନାମରେ ଅସଦାଚରଣ କରୁଥିବା କଥା ସାମ୍ନାକୁ ଆସିଛି । ଘଟଣା ପ୍ରକାଶ ପାଇବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି ।
ପୀଡିତା ପକ୍ଷର ଅଭିଯୋଗ ଆଧାରରେ କେସ ନମ୍ବର 134/26 ଅନୁଯାୟୀ କୁଦାନଗରୀ ଥାନାରେ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ ଜଗନ୍ନାଥ ପାଣୀଗ୍ରାହୀ ସୂଚନା ଦେଇଛନ୍ତି। ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି । ଏହି ଘଟଣା ପରେ ଅଭିଭାବକ ଓ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ପୋଲିସ ଘଟଣାର ସମ୍ପୂର୍ଣ୍ଣ ସତ୍ୟାସତ୍ୟ ଖୋଜିବା ପାଇଁ ତଦନ୍ତ ଜାରି ରଖିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?