ସ୍କୁଲରେ ଶିକ୍ଷକ ସମସ୍ୟା: ପ୍ରତିବାଦରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୧୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ସମସ୍ୟାକୁ ନେଇ ସ୍କୁଲ ଫାଟକରେ ତାଲା ପକାଇ ପ୍ରତିବାଦ କରିଛନ୍ତି ଛାତ୍ରୀଛାତ୍ର। ସ୍କୁଲ ପରିଚାଳନା କମିଟିର ସଦସ୍ୟ ଓ ଅଭିଭାବକଙ୍କ ସୂଚନା ଅନୁସାରେ ଉକ୍ତ ବିଦ୍ୟାଳୟରେ ୯ ଜଣ ଶିକ୍ଷକ ରହିବା ଆବଶ୍ୟକ। ମାତ୍ର ଏବେ ଉକ୍ତ ସ୍କୁଲରେ କେବଳ ୪ ଜଣ ଶିକ୍ଷକ ଅଛନ୍ତି। ସ୍କୁଲରେ ବାଲବାଟିକାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୯ଟି ଶ୍ରେଣୀରେ ସମୁଦାୟ ୨୩୬ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଫଳରେ ଏତେ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ୪ ଜଣ ଶିକ୍ଷକଙ୍କୁ ସମସ୍ୟା ହେଉଛି। ଫଳରେ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଥିବା ଅଭିଯୋଗ କରିଛନ୍ତି ଅଭିଭାବକ ଓ ଛାତ୍ରୀଛାତ୍ର । ଏନେଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ଥିଲେ ହେଁ କହି ଶୁଣୁନାହାନ୍ତି। ଏହାର ପ୍ରତିବାଦ କରି ସ୍କୁଲରେ ତାଲା ଦେଇ ଧାରଣା ଦେଇଛନ୍ତି ଅସନ୍ତୋଷ ଅଭିଭାବକ ଓ ଛାତ୍ରୀଛାତ୍ର। ଶିକ୍ଷକ ସମସ୍ୟାର ସମାଧାନ ନହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି ଅଭିଭାବକମାନେ। ତେବେ ପ୍ରଶାସନ ସ୍କୁଲର ଉକ୍ତ ସମସ୍ୟା ପ୍ରତି ଦୃଷ୍ଟି ଦେଇ ଯଥା ଶୀଘ୍ର ଉକ୍ତ ସ୍କୁଲରେ ଶିକ୍ଷକ ନିଯୁକ୍ତି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri