ଶିକ୍ଷକ ସମସ୍ୟା, ପାଠପଢ଼ା ବ୍ୟାହତ: ଲାଗି ରହିଛି ସମସ୍ୟା

ଲୋଇସିଂହା,୩।୬(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କନ୍ଦାଜୁରୀ ବ୍ଲକ୍‌ ଗ୍ରାଣ୍ଟ ହାଇସ୍କୁଲରେ ଶିକ୍ଷକ ସମସ୍ୟା ଲାଗି ରହିଛି। ଗତ ମେ ୩୧ରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ବର୍ତ୍ତମାନ ବିଦ୍ୟାଳୟରେ ମାତ୍ର ୨ ଜଣ ଗଣିତ ଓ ବିଜ୍ଞାନ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଅବସର ପରେ ବିଦ୍ୟାଳୟରେ ଆଉ ପିଜିଟି ଶିକ୍ଷକ ନାହାଁନ୍ତି। ଏହି ପଦବୀଗୁଡ଼ିକ ପୂରଣ ହୋଇ ନ ଥିବାରୁ ଚିନ୍ତାରେ ପଡିଯାଇଛନ୍ତି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକମାନେ।
ସୂଚନା ଅନୁଯାୟୀ, ୧୯୮୬ ମସିହାରେ କନ୍ଦାଜୁରୀ ହାଇସ୍କୁଲ ପ୍ରତିଷ୍ଠା ହୋଇଥିଲା। ସେତେବେଳେ ବିଦ୍ୟାଳୟରେ ୮ଜଣ ଶିକ୍ଷକ ଓ ଆବଶ୍ୟକ କର୍ମଚାରୀ ଥିଲେ ା ଅବସର ଯୋଗୁ ବିଦ୍ୟାଳୟରେ ଏବେ ୨ ଜଣ ଶିକ୍ଷକ ଓ ଜଣେ ବିଜ୍ଞାନ ସହାୟକ ଅଛନ୍ତି। ଗତ ରବିବାର ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ପଣ୍ଡା ଅବସର ନେଇଛନ୍ତି। ସେହିପରି ଗତବର୍ଷ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଭୀଷଣ କର୍ଣ୍ଣ ଓ ସଂସ୍କୃତ ଶିକ୍ଷକ ଅବସର ନେଇଥିଲେ। ଚଳିତ ଶିକ୍ଷା ବର୍ଷରେ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୭୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଅବସର ପରେ ପଦବୀ ପୂରଣ ହେଉ ନ ଥିବାରୁ ବିଦ୍ୟାଳୟରେ ଦିନକୁ ଦିନ ଶିକ୍ଷକ ଅଭାବ ଗୁରୁତର ସମସ୍ୟା ସୃଷ୍ଟି କରିଛି ା ତେବେ ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ର ଓ ଅଭିବାକମାନେ ବିଦ୍ୟାଳୟରୁ ମୁହଁମୋଡି ଦେଉଥିବା ଅଭିଯୋଗ ହେଉଛି। ଆଉ ଅଳ୍ପଦିନ ପରେ ଗ୍ରୀଷ୍ମ ଅବକାଶ ସରିଲା ପରେ ସ୍କୁଲ ଖୋଲିବ। ଶିକ୍ଷକ ଅଭାବ ଯୋଗୁ ୨ଜଣ ଶିକ୍ଷକଙ୍କ ଉପରେ ସମସ୍ତ ଶ୍ରେଣୀର ପାଠପଢା ସାଙ୍ଗକୁ ପ୍ରଶାସନିକ କାର୍ଯ୍ୟର ଅତିରିକ୍ତ ଚାପ ବଢିବ। ଫଳରେ ନିୟମିତ ପାଠପଢା ବ୍ୟାହତ ହେବା ଆଶଙ୍କା ପ୍ରକାଶ କରିଛନ୍ତି ଅଭିଭାବକ। ଅପରପକ୍ଷେ ପୋଷ୍ଟ ଗ୍ରାଜୁଏଟ ଶିକ୍ଷକ ନ ଥିବାରୁ ବିଦ୍ୟାଳୟର ଛାତ୍ରୀଛାତ୍ର ଗୁଣାମତ୍କ ଶିକ୍ଷାଦାନରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି ା ଏଥିପ୍ରତି ଜିଲା ପ୍ରଶାସନ ଓ ଶିକ୍ଷା ବିଭାଗ ପକ୍ଷରୁ ବିହିତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ା
ଏ ସମ୍ପର୍କରେ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷାଧିକାରୀ (ବିଇଓ) ଶ୍ୟାମ ମେହେରଙ୍କୁ ପଚାରିବାରୁ ବୁଧବାର ନୂତନ ବିଇଓ ଯୋଗଦାନ କରିବେ। ଏହା ବ୍ଲକ ଗ୍ରାଣ୍ଟ ସ୍କୁଲ ହୋଇଥିବାରୁ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରି ଡେପୁଟେଶନରେ ଶିକ୍ଷକ ଦେବା ପାଇଁ ଅନୁରୋଧ କରାଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri