ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍‌ ପରେ…

ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ ସେମାନଙ୍କ ଭିଡିଓ ଭାଇରାଲ୍ କରିବା ନେଇ ଅଭିଯୋଗ ହୋଇଛି। ଘଟଣାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଥିଲା। ଏହାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ ଦୁଇ ଅଭିଯୁକ୍ତ ଶିକ୍ଷକଙ୍କୁ ଘେରି ମାଡ଼ ମାରିଥିବା ଜଣାପଡ଼ିଛି। ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।

ପରିବାର ପକ୍ଷରୁ ଦିଆଯାଇଥିବା ଅଭିଯୋଗ ଆଧାରରେ କୃଷ୍ଣ ବ୍ରହ୍ମ ଥାନା ପୋଲିସ ଦୁଇ ଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ କରିଛି। ନାବାଳିକାଙ୍କ ସହ ଜଡ଼ିତ ଥିବାରୁ POCSO ଆକ୍ଟ ସମେତ ଅନ୍ୟାନ୍ୟ ଗୁରୁତର ଧାରାରେ ମାମଲା ହୋଇଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରଖିଛି। ପ୍ରାୟ ତିନି ଦିନ ପୂର୍ବରୁ ଘଟଣା ସମ୍ପର୍କିତ ଭିଡିଓ ଭାଇରାଲ୍ ହେବା ପରେ ପରିବାର ଓ ସ୍ଥାନୀୟ ଲୋକ ଏହି ଘଟଣା ବିଷୟରେ ଜାଣିଥିଲେ ବୋଲି ଜଣାପଡ଼ିଛି।

ଅଭିଯୋଗ ଅନୁସାରେ, ଗତ କିଛି ମାସ ଧରି ଅଭିଯୁକ୍ତ ଶିକ୍ଷକମାନେ ଛାତ୍ରୀମାନଙ୍କୁ ଯୌନ ନିର୍ଯାତନା ଦେବା ସହ ଘଟଣାର ଭିଡିଓ ରେକର୍ଡ କରୁଥିଲେ। ଘଟଣା ଜଣାପଡ଼ିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକମାନେ ସ୍କୁଲରେ ପହଞ୍ଚି ଦୁଇ ଶିକ୍ଷକଙ୍କୁ ଘେରି ଦେଇଥିଲେ ଏବଂ ସେମାନଙ୍କୁ ମାଡ଼ ମାରିଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ଅଭିଯୁକ୍ତଙ୍କୁ ନିଜ ହେପାଜତକୁ ନେଇଥିଲା। ଏହାପରେ ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଚାଲିଛି। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଜିଲା ଶିକ୍ଷା ବିଭାଗ ଦୁଇ ଅଭିଯୁକ୍ତ ଶିକ୍ଷକଙ୍କୁ ସସ୍‌ପେଣ୍ଡ କରିଛି।

ବକ୍ସର ଏସ୍‌ପି ଶୁଭମ ଆର୍ଯ୍ୟ ଏବଂ ପ୍ରଭାରୀ ଡିଏସ୍‌ପି ସମୀର କୁମାର ସିଂହଙ୍କ ଅନୁଯାୟୀ, ଏହି ଘଟଣାରେ FIR ରୁଜୁ ହୋଇଛି। ଭାଇରାଲ୍ ଭିଡିଓ ଏବଂ ପରିବାର ସଦସ୍ୟଙ୍କ ବୟାନକୁ ଆଧାର କରି POCSO ଆକ୍ଟ ସମେତ ଗୁରୁତର ଧାରାରେ ମାମଲା ରୁଜୁ କରାଯାଇଛି। ପୋଲିସ ପକ୍ଷରୁ ମାମଲାର ତଦନ୍ତ ସହ ଅଭିଯୁକ୍ତଙ୍କ ବିରୋଧରେ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଜାରି ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?