Posted inଜାତୀୟ

ଶିକ୍ଷକ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ଲଗାଇଲେ ରୋକ

ନୂଆଦିଲ୍ଲୀ,୯।୯: ଉତ୍ତରପ୍ରଦେଶରେ ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ଦାଖଲ ହୋଇଥିବା ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟଙ୍କ ଆଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ସିଜେଆଇ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ସ୍ଥଗିତ ରହିବ। ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୩ରେ ହେବ। ସିଜେଇ ସମସ୍ତ ପକ୍ଷଙ୍କୁ ଲିଖିତ ନୋଟ ଦାଖଲ କରିବାକୁ କହିଥିଲେ।

ସୁପ୍ରିମକୋର୍ଟ ରାଜ୍ୟ ସରକାର ଏବଂ ଉଭୟ ପକ୍ଷଙ୍କୁ ଲିଖିତ ଯୁକ୍ତି ଉପସ୍ଥାପନ କରିବାକୁ କହିଛନ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଅଧ୍ୟୟନ ପାଇଁ ସମୟ ଆବଶ୍ୟକ। ଆହ୍ଲାବାଦ ହାଇକୋର୍ଟ ଏହାର ନିଷ୍ପତ୍ତିରେ ଜୁନ ୨୦୨୦ ଏବଂ ଜାନୁୟାରୀ ୨୦୨୨ର ଚୟନ ତାଲିକା ବାତିଲ କରି ୨୦୧୯ ରେ ଅନୁଷ୍ଠିତ ଆସିଷ୍ଟାଣ୍ଟ ଶିକ୍ଷକ ନିଯୁକ୍ତି ପରୀକ୍ଷା ଆଧାରରେ ତିନିମାସ ମଧ୍ୟରେ ୬୯ ହଜାର ଶିକ୍ଷକଙ୍କ ପାଇଁ ଏକ ନୂତନ ଚୟନ ତାଲିକା ପ୍ରକାଶ କରିବାକୁ ୟୁପି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ହାଇକୋର୍ଟ ଏହା ମଧ୍ୟ କହିଛନ୍ତି, ଯଦି ସଂରକ୍ଷିତ ବର୍ଗ ପ୍ରାର୍ଥୀ ସାଧାରଣ ବର୍ଗ ସହିତ ସମାନ ଯୋଗ୍ୟତା ହାସଲ କରନ୍ତି, ତା’ହେଲେ ତାଙ୍କ ଚୟନକୁ କେବଳ ସାଧାରଣ ବର୍ଗରେ ବିଚାର କରାଯିବା ଉଚିତ। ହାଇକୋର୍ଟଙ୍କ ଏହି ଆଦେଶ ଯୋଗୁ ୟୁପିରେ କାର୍ଯ୍ୟ କରୁଥିବା ବହୁ ସଂଖ୍ୟକ ଶିକ୍ଷକ ଚାକିରି ହରାଇବା ବିପଦରେ ଅଛନ୍ତି।
ଗତ ମାସରେ, ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ୟୁପି ସରକାରଙ୍କୁ ତିନିମାସ ମଧ୍ୟରେ ନିଯୁକ୍ତି ପାଇଁ ଏକ ନୂତନ ଯୋଗ୍ୟତା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲା। ହାଇକୋର୍ଟ ଶୁଣାଣି ସମୟରେ ସ୍ବୀକାର କରିଥିଲେ, ୬୯୦୦୦ ଶିକ୍ଷକ ନିଯୁକ୍ତିରେ ପ୍ରାର୍ଥୀମାନଙ୍କୁ ସଂରକ୍ଷଣର ସମ୍ପୂର୍ଣ୍ଣ ଲାଭ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri