ଶିକ୍ଷକ ନିଯୁକ୍ତି ଆନ୍ଦୋଳନ ତେଜିଲା: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

କେସିଙ୍ଗା,୧୭।୮(ତୁମେଶ୍ୱର୍‌ ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ସୌରାପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି କରି ଶନିବାର ଅଭିଭାବକ ଓ ଗ୍ରାମବାସୀ ସ୍କୁଲରେ ତାଲା ପକାଇ ଆନ୍ଦୋଳନ କରିଥିଲେ।

ସ୍କୁଲରେ ୮ଟି ଶ୍ରେଣୀ ପାଇଁ ୩ଜଣ ଶିକ୍ଷକ ନିଯୁକ୍ତି କରାଯାଇଛି। ସ୍କୁଲରେ ବର୍ତ୍ତମାନ ୧୧୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏପରିକି ବିଦ୍ୟାଳୟରେ ୪ଟି ଶ୍ରେଣୀ ଗୃହ ରହିଛି। ଏଭଳି ସ୍ଥିତିରେ ଗୋଟିଏ ଗୃହରେ ମଧ୍ୟାହ୍ନ ଭୋଜନ ପାଇଁ ଚାଉଳ, ଡାଲି ଏବଂ ରନ୍ଧା ସାମଗ୍ରୀ ରହୁଛି।

୩ଟି ଶ୍ରେଣୀ ଗୃହରେ ୧୧୮ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଫଳରେ ଛାତ୍ରୀଛାତ୍ର ପାଠପଢ଼ାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ଅଭିଭାବକ ଏବଂ ଗ୍ରାମବାସୀ କେସିଙ୍ଗା ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭଯୋଗ କରିଥିଲେ। ହେଲେ ସମସ୍ୟାର କୌଣସି ସମାଧାନ ହୋଇ ନ ଥିଲା।

ଫଳରେ ବାଧ୍ୟ ହୋଇ ଅଭିଭାବକ, ଶିକ୍ଷା କମିଟି ଓ ଗ୍ରାମବାସୀ ମିଳିତ ଭାବେ ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଥିଲେ। ଖବର ପାଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଦନ୍ତ ପାଇଁ ସିଆର୍‌ସିଙ୍କୁ ପଠାଇ ଥିଲେ। ସିଆର୍‌ସି ଘଟଣାସ୍ଥଳରେ ପହଞ୍ଚି ଶିକ୍ଷା କମିଟି, ଅଭିଭାବକ ଏବଂ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ।

କିଛି ଦିନ ମଧ୍ୟରେ ଆଉ ୨ଜଣ ଶିକ୍ଷକ ବିଦ୍ୟାଳୟରେ ନିଯୁକ୍ତି କରାଯିବ ବୋଲି ସିଆର୍‌ସି ପ୍ରତିଶ୍ରୁତି ଦେଇଥିଲେ। ପରେ ସ୍କୁଲ ତଲା ଖୋଲା ଯାଇଥିଲା। ଏହି ସଂକ୍ରାନ୍ତରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ଖୁବ ଶୀଘ୍ର ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ୟୁଜିସି ବିଲ୍‌କୁ ବିରୋଧ: ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର

ପଦ୍ମପୁର,୯।୨(ପ୍ରଦୀପ୍ତ ଦାଶ): ସାରା ଦେଶରେ ୟୁଜିସି ବିଲକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାର ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ସୋମବାର ପଦ୍ମପୁର ବ୍ରାହ୍ମଣ ସମାଜ ତରଫରୁ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri