ଶିକ୍ଷକ ଚୟନ ପରୀକ୍ଷାର ପ୍ରଶ୍ନପତ୍ର ଭାଇରାଲ: ୭ଦିନ ପରେ ଥାନାରେ ଏତଲା

ଅମରପାଲି,୪।୧୧(ଡି.ଏନ.ଏ): ଶିକ୍ଷକ ଚୟନ ପାଇଁ ଗତ ଅକ୍ଟୋବର ୨୫ରୁ ୨୮ ତାରିଖ ମଧ୍ୟରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ଦ୍ୱିତୀୟ ଦିନ ତଥା ୨୬ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ୭ ଦିନ ପରେ ଏ ନେଇ ଥାନାରେ ଏତଲା ଦେଇଛି ଶିକ୍ଷା ବିଭାଗ।

ଅଭିଯୋଗ ମୁତାବକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟଙ୍କ ବିଜ୍ଞପ୍ତି ଅନୁଯାୟୀ ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ(ଟିଜିଟି) ନିଯୁକ୍ତି ପାଇଁ କମ୍ପ୍ୟୁଟର ବେସ ଟେଷ୍ଟ(ସିବିଟି) କେବଳ କମ୍ପ୍ୟୁଟର ମାଧ୍ୟମରେ ପରୀକ୍ଷା ଦେବାର ବ୍ୟବସ୍ଥା ହୋଇଥିଲା। ଏହି କ୍ରମରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପକଣ୍ଠ ଚମ୍ପାପୁରରେ ଥିବା ଏକ ଘରୋଇ କମ୍ପ୍ୟୁଟର କେନ୍ଦ୍ରରେ ଉକ୍ତ ପରୀକ୍ଷା ପରିଚାଳନା ପାଇଁ ଦାୟିତ୍ୱ ଦିଆଯାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ସଂଖ୍ୟା ୨୬୯୫୫/୮.୧୦.୨୧ ଅନୁସାରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅକ୍ଟୋବର ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାର ଥିଲା। ୨୬ ତାରିଖରେ ଜଣେ ପରୀକ୍ଷାର୍ଥୀ ପ୍ରଶ୍ନପତ୍ରକୁ ସୋସିଆଲ ମିଡିଆରେ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ପରେ ଉକ୍ତ ପ୍ରଶ୍ନପତ୍ର ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା। ତେବେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମ୍ପୂର୍ଣ୍ଣ ବ୍ୟାନ୍‌ ହୋଇଥିବା ବେଳେ କିଭଳି କେନ୍ଦ୍ରକୁ ମୋବାଇଲ ଗଲା ତାହା ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଘଟଣାକୁ ନେଇ ସୁବର୍ଣ୍ଣପୁର ଡିଇଓ ଲକ୍ଷ୍ମଣ ଭୋଇ ବୀରମହାରାଜପୁର ଥାନାରେ ଜୈନିକ ପରୀକ୍ଷାର୍ଥୀ ଏବଂ ପରୀକ୍ଷା ପରିଚାଳନା କରିଥିବା କେନ୍ଦ୍ର ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୨୨୯/୨୧) ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରିଣୀ ଅଞ୍ଜଳି କୁମ୍ଭାର ପ୍ରକାଶ କରିଛନ୍ତି। ପୋଲିସ ପରୀକ୍ଷା କେନ୍ଦ୍ରକୁ ଯାଇ କେନ୍ଦ୍ରର ସିସିଟିଭି ଫୁଟେଜ ଜବତ କରି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷେ ଅଭିଯୋଗ ଭିତ୍ତିହିନ ବୋଲି କହିବା ସହିତ ପରୀକ୍ଷା କେନ୍ଦ୍ରରେ ସ୍ବଚ୍ଛତାର ସହିତ ପରୀକ୍ଷା କରାଯାଇ ଥିବା କମ୍ପ୍ୟୁଟର କେନ୍ଦ୍ରର ମାଲିକ ପ୍ରଶନ୍ନଜିତ କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri