ଶିକ୍ଷକ ଚୟନ ପରୀକ୍ଷାର ପ୍ରଶ୍ନପତ୍ର ଭାଇରାଲ: ୭ଦିନ ପରେ ଥାନାରେ ଏତଲା

ଅମରପାଲି,୪।୧୧(ଡି.ଏନ.ଏ): ଶିକ୍ଷକ ଚୟନ ପାଇଁ ଗତ ଅକ୍ଟୋବର ୨୫ରୁ ୨୮ ତାରିଖ ମଧ୍ୟରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷାର ଦ୍ୱିତୀୟ ଦିନ ତଥା ୨୬ ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା। ୭ ଦିନ ପରେ ଏ ନେଇ ଥାନାରେ ଏତଲା ଦେଇଛି ଶିକ୍ଷା ବିଭାଗ।

ଅଭିଯୋଗ ମୁତାବକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟଙ୍କ ବିଜ୍ଞପ୍ତି ଅନୁଯାୟୀ ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ(ଟିଜିଟି) ନିଯୁକ୍ତି ପାଇଁ କମ୍ପ୍ୟୁଟର ବେସ ଟେଷ୍ଟ(ସିବିଟି) କେବଳ କମ୍ପ୍ୟୁଟର ମାଧ୍ୟମରେ ପରୀକ୍ଷା ଦେବାର ବ୍ୟବସ୍ଥା ହୋଇଥିଲା। ଏହି କ୍ରମରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପକଣ୍ଠ ଚମ୍ପାପୁରରେ ଥିବା ଏକ ଘରୋଇ କମ୍ପ୍ୟୁଟର କେନ୍ଦ୍ରରେ ଉକ୍ତ ପରୀକ୍ଷା ପରିଚାଳନା ପାଇଁ ଦାୟିତ୍ୱ ଦିଆଯାଇଥିଲା। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ସଂଖ୍ୟା ୨୬୯୫୫/୮.୧୦.୨୧ ଅନୁସାରେ ଟିଜିଟି ବିଜ୍ଞାନ ଓ କଳା କମ୍ପ୍ୟୁଟର ପରୀକ୍ଷା ଅକ୍ଟୋବର ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାର ଥିଲା। ୨୬ ତାରିଖରେ ଜଣେ ପରୀକ୍ଷାର୍ଥୀ ପ୍ରଶ୍ନପତ୍ରକୁ ସୋସିଆଲ ମିଡିଆରେ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ପରେ ଉକ୍ତ ପ୍ରଶ୍ନପତ୍ର ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା। ତେବେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମ୍ପୂର୍ଣ୍ଣ ବ୍ୟାନ୍‌ ହୋଇଥିବା ବେଳେ କିଭଳି କେନ୍ଦ୍ରକୁ ମୋବାଇଲ ଗଲା ତାହା ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଉକ୍ତ ଘଟଣାକୁ ନେଇ ସୁବର୍ଣ୍ଣପୁର ଡିଇଓ ଲକ୍ଷ୍ମଣ ଭୋଇ ବୀରମହାରାଜପୁର ଥାନାରେ ଜୈନିକ ପରୀକ୍ଷାର୍ଥୀ ଏବଂ ପରୀକ୍ଷା ପରିଚାଳନା କରିଥିବା କେନ୍ଦ୍ର ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୨୨୯/୨୧) ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରିଣୀ ଅଞ୍ଜଳି କୁମ୍ଭାର ପ୍ରକାଶ କରିଛନ୍ତି। ପୋଲିସ ପରୀକ୍ଷା କେନ୍ଦ୍ରକୁ ଯାଇ କେନ୍ଦ୍ରର ସିସିଟିଭି ଫୁଟେଜ ଜବତ କରି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷେ ଅଭିଯୋଗ ଭିତ୍ତିହିନ ବୋଲି କହିବା ସହିତ ପରୀକ୍ଷା କେନ୍ଦ୍ରରେ ସ୍ବଚ୍ଛତାର ସହିତ ପରୀକ୍ଷା କରାଯାଇ ଥିବା କମ୍ପ୍ୟୁଟର କେନ୍ଦ୍ରର ମାଲିକ ପ୍ରଶନ୍ନଜିତ କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri