ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି ରାଜେଶ ଦାସ ଜଣେ ଶିକ୍ଷକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ା ଏଥିସହ ୪ ହଜାର ଟଙ୍କା ଜରିମାନା ଏବଂ ଅନାଦାୟେ ଅଧିକ ୪ ମାସ ଜେଲ ଭୋଗିବା ପାଇଁ ରାୟରେ ଉଲ୍ଲେଖ କରିଛନ୍ତି। ଶିକ୍ଷକ ଜଣଙ୍କ ହେଲେ ବୌଦ୍ଧ ଜିଲା ବୁଧିବାଲଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସଞ୍ଚୟ କୁମାର ମଲ୍ଲିକ। ବର୍ତ୍ତମାନ ସେ ଗୁଣ୍ଡୁଲିଆ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି।
ସୂଚନା ଅନୁସାରେ, ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଅର୍ଥ ଆସିଥିଲା। କାମ ନ କରି ସେଥିରୁ ୨ ଲକ୍ଷ ୪୮ ହଜାର ୭୯୧ ଟଙ୍କା ଆତ୍ମସାତ୍‌ ହୋଇଥିବା ନେଇ ଭିଜିଲାନ୍ସରେ ୨୦୧୭ ଜୁନ୍‌ ୨୨ରେ ଅଭିଯୋଗ ହୋଇଥିଲା ା ଭିଜିଲାନ୍ସ ବିଭାଗ ଏନେଇ ୧୧/୧୭ରେ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଥିଲା ା ତଦନ୍ତରେ ଅର୍ଥ ଆତ୍ମସାତ୍‌ ହୋଇଥିବା ନେଇ ସ୍ପଷ୍ଟ ହୋଇଥିଲା। ମାମଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସଞ୍ଚୟ କୁମାର ମଲ୍ଲିକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତିଙ୍କ ନାମରେ ଚାଲିଥିଲା। ବିଦ୍ୟାଳୟ ପରିଚାଳନା କମିଟି ସଭାପତିଙ୍କ ମୃତ୍ୟୁ ହୋଇଥିବାରୁ ତାଙ୍କ ବିରୋଧରେ ମାମଲାକୁ ବନ୍ଦ କରି ଦିଆଯାଇଛି ା ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଭିଭି ରାମଦାସ ମାମଲା ପରିଚାଳନା କରୁଥିଲେ ା

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri