ସ୍କୁଲରେ ଶିକ୍ଷକ ଅଭାବ: ୫ରୁ ତାଲା ବନ୍ଦ ଆନ୍ଦୋଳନ ଚେତାବନୀ

ଅତାବିରା, ୩୧ା୭(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଖଇରପାଲିସ୍ଥିତ ସରକାରୀ ୟୁଜିଏମ୍‌ଇ ସ୍କୁଲରେ ଶିକ୍ଷକ ଅଭାବରୁ ପାଠପଢ଼ାରେ ବ୍ୟାଘାତ ହେଉଥିବା ଅଭିଭାବକ ଅଭିଯୋଗ କରିଛନ୍ତି l ଏହାକୁ ନେଇ ବୁଧବାର ସ୍କୁଲ କମିଟି ଓ ଶିକ୍ଷକଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବାର୍ଷିକ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯାଇଥିଲା l ତେବେ ଏହି ବୈଠକ ସରିବା ପରେ ସ୍କୁଲ ପରିଚାଳନା କମିଟି ଅଧ୍ୟକ୍ଷ ସୁଦାମ ଭୋଇଙ୍କ ସଭାପତିତ୍ୱରେ ପୁଣି ଅଭିଭାବିକା ଓ ଅଭିଭାବକଙ୍କୁ ନେଇ ସ୍କୁଲରେ ଶିକ୍ଷକ ପଦବୀ ପୂରଣ ନେଇ ଏକ ସଭା ସାଢ଼େ ୪ଟାରେ ହୋଇଥିଲା l ଗତ ଶିକ୍ଷାବର୍ଷରୁ ଏଠାରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ପୂରଣ ନେଇ ୪ଥର ଦାବିପତ୍ର ତତ୍କାଳୀନ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସୁଶ୍ରୀ ମିଶ୍ରାଣୀ କୁମ୍ଭାର ଏବଂ ରତ୍ନମୟୀ ପୁରୋହିତଙ୍କୁ ପରିଚାଳନା କମିଟି ପକ୍ଷରୁ ଦିଆଯାଇଥିବା ସତ୍ତ୍ୱେ ତାହା କାର୍ଯ୍ୟକାରୀ ହୋଇ ନ ଥିବା ଆଲୋଚନା ହୋଇଥିଲା। ଆସନ୍ତା ସୋମବାର ସୁଦ୍ଧା ଖାଲିଥିବା ଶିକ୍ଷକ ପଦବୀ ପୂରଣ ନ ହେଲେ ଅଗଷ୍ଟ ୫ରୁ ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣା ଦେବାକୁ ନିଷ୍ପତ୍ତି ନିଆଯାଇଥିବା କମିଟି ଅଧ୍ୟକ୍ଷ ଭୋଇ ଜଣାଇଛନ୍ତି।
ସୂଚନାଯୋଗ୍ୟ, ଗତ ଶିକ୍ଷାବର୍ଷରୁ ଶିକ୍ଷକ ପଦବୀ ଖାଲିପଡ଼ିଛି। ସ୍କୁଲରେ ଶିଶୁବାଟିକାରୁ ଅଷ୍ଟମ ଶ୍ରେଣୀ ଯାଏ ଏବେ ୨୬୬ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି l ସରକାରଙ୍କ ନିୟମ ୩୫:୧ ଅନୁପାତରେ ୭ରୁ ୮ ଜଣ ଶିକ୍ଷକ ରହିବା କଥା। ତେବେ ବର୍ତ୍ତମାନ ପ୍ରଧାନଶିକ୍ଷକଙ୍କୁ ମିଶାଇ ୫ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଛନ୍ତି l ୫ ଶିକ୍ଷକ କିଭଳି ୯ଟି ଶ୍ରେଣୀ ସମ୍ଭାଳିବେ ବୋଲି କମିଟି ପ୍ରଶାସନକୁ ପ୍ରଶ୍ନ କରିଛି। ପୁଣି କମିଟି କହିଛି, ସେହି ୫ ଜଣଙ୍କ ମଧ୍ୟରୁ ଜଣେ ପୁରୁଷ ଶିକ୍ଷକଙ୍କୁ ସିଆର୍‌ସିସି କରି ଗୋଷ୍ଠୀ ଶିକ୍ଷାକେନ୍ଦ୍ର କାର୍ଯ୍ୟାଳୟକୁ ନେବା ପାଇଁ ପ୍ରସ୍ତୁତି ଚାଲିଛି। ଏପରି ହେଲେ ସ୍କୁଲରେ କେବଳ ଜଣେ ପ୍ରଧାନଶିକ୍ଷକଙ୍କୁ ଛାଡ଼ିଦେଲେ ଆଉ କେହି ପୁରୁଷ ଶିକ୍ଷକ ରହିବେ ନାହିଁ l ଫଳରେ କେବଳ ୩ ଶିକ୍ଷୟିତ୍ରୀଙ୍କୁ ନେଇ ସ୍କୁଲ ଚାଲିବ। ଏଠାରୁ କୌଣସି ଶିକ୍ଷକଙ୍କୁ ଛଡ଼ାଯିବ ନାହିଁ। ଏଠାରେ ଖାଲିଥିବା ଶିକ୍ଷକ ପଦବୀ ଶୀଘ୍ର ପୂରଣ କରିବାକୁ ସେମାନେ ଦାବି କରିଛନ୍ତି। ଏହାର ଖିଲାପ ହେଲେ ନିଶ୍ଚିତ ଭାବେ କମିଟି ତାଲା ବନ୍ଦ ଆନ୍ଦୋଳନକୁ ଓଲ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ଅତାବିରା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅତିରିକ୍ତ ଦାୟିତ୍ୱରେ ଥିବା ଭେଡେନ ବିଇଓ ମଛିନ୍ଦ୍ର ମଲ୍ଲିକଙ୍କୁ ପଚାରିବାରୁ, ଏହି ସ୍କୁଲର ସ୍ଥିତି ବିଷୟରେ ତଦନ୍ତକରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri