ଭଲ ପାଉଥିଲେ ବି ବିବାହ ପ୍ରସ୍ତାବରେ ରାଜି ହେଲେ ନାହିଁ, ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ…

ଚେନ୍ନାଇ, ୨୧।୧୧: ତାମିଲନାଡ଼ୁର ତଞ୍ଜାଭୁର ଜିଲା ମଲ୍ଲିପଟ୍ଟିନମ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରୁ ବୁଧବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବିଦ୍ୟାଳୟର ଶିକ୍ଷୟିତ୍ରୀ ରମଣୀ(୨୬)ଙ୍କୁ ସ୍କଲ ପରିସର ମଧ୍ୟରେ ମଦନ ନାମକ ଜଣେ ଯୁବକ ଛୁରି ଭୁସି ହତ୍ୟା କରିଛନ୍ତି। ବିଦ୍ୟାଳୟର ଷ୍ଟାଫ୍‌ରୁମ ସମ୍ମୁଖରେ ରମଣୀ ଯାଉଥିବାବେଳେ ମଦନ ତାଙ୍କୁ ଆକ୍ରମଣ କରିଥିଲେ। ଛାତ୍ରୀଛାତ୍ର ଏବଂ ସ୍କୁଲର ଅନ୍ୟ କର୍ମଚାରୀଙ୍କ ସମ୍ମୁଖରେ ମଦନ ରମଣୀଙ୍କୁ ହତ୍ୟା କରି ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ସ୍କୁଲ୍‌ର କର୍ମଚାରୀ ଏବଂ ଛାତ୍ରୀଛାତ୍ର ରମଣୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ହସ୍ପିଟାଲ ନେଉଥିବାବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିବା ସହ ମଦନଙ୍କୁ ଗିରଫ କରିବାରେ ସଫଳ ହୋଇଛି।

TN School Teacher Murder - Teacher stabbed to death in school for rejecting man's marriage proposal - Tamil Nadu News | India Today

ପୋଲିସର ସୂଚନା ଅନୁଯାୟୀ, ରମଣୀ ଏବଂ ମଦନ ଦୀର୍ଘଦିନ ଧରି ପରସ୍ପରକୁ ଭଲ ପାଉଥିଲେ। ତେବେ ସେମାନଙ୍କ ସମ୍ପର୍କକୁ ରମଣୀଙ୍କ ପରିବାର ବିରୋଧ କରୁଥିଲେ। ପରିବାର ଚାପର ବଶବର୍ତ୍ତୀହୋଇ ରମଣୀ ମଦନଙ୍କ ବିବାହ ପ୍ରସ୍ତାବକୁ ମନାକରି ଦେଇଥିଲେ। ତେଣୁ ପ୍ରତିଶୋଧ ନେବା ଉଦ୍ଦେଶ୍ୟରେ ମଦନ ରମଣୀଙ୍କୁ ହତ୍ୟା କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri