ଶିକ୍ଷୟିତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ ଛାତ୍ର

ପ୍ୟାରିସ୍‌,୨୩ା୨: ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ନାବାଳକ ଶିକ୍ଷୟିତ୍ରୀଙ୍କୁ ଛୁର ଭୁସି ହତ୍ୟା କରିଛନ୍ତି। ଆଞ୍ଚଳିକ ପ୍ରସିକ୍ୟୁଟର କହିଛନ୍ତି, ଦକ୍ଷିଣ-ପଶ୍ଚିମ ଫ୍ରାନ୍ସର ଏକ ବିଦ୍ୟାଳୟରେ କ୍ଲାସ ଚାଲିଥିବା ସମୟରେ ଜଣେ ନାବାଳକ ଛାତ୍ର ଆକ୍ରମଣ କରିବା ପରେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି। ସେ କହିଛନ୍ତି ୫୨ ବର୍ଷୀୟା ଶିକ୍ଷୟିତ୍ରୀ ଆଗ୍ନେସ ଲେସ୍‌ଲେ ସମୁଦ୍ର କୂଳରେ ଥିବା ସେଣ୍ଟ-ଜାନ୍‌-ଡି-ଲୁଜରେ ଥିବା ଏକ ବିଦ୍ୟାଳୟରେ ସ୍ପେନିଶ ଶିକ୍ଷା ଦେଉଥିଲେ। ଏହି ସମୟରେ ଜଣେ ୧୬ ବର୍ଷର ବୟସ୍କ ନାବାଳକ ତାଙ୍କୁ ଛୁରିରେ ଆକ୍ରମଣ କରିଥିଲେ।

ଶ୍ରେଣୀରେ ଉପସ୍ଥିତ ନାବାଳକଙ୍କ ସହପାଠୀ ଗଣମାଧ୍ୟମକୁ କହିଛନ୍ତି, ସେ ଯେତେବେଳେ ସିଟ୍‌ରୁ ଉଠି ସେଠାରେ ପହଞ୍ଚିଲେ ମୁଁ ଜାଣି ନ ଥିଲି, କିନ୍ତୁ ମୁଁ ତାଙ୍କୁ ଶିକ୍ଷୟିତ୍ରୀଙ୍କ ସାମ୍ନାରେ ଠିଆ ହେବାର ଦେଖିଥିଲି। ସେ ଆହୁରି ମଧ୍ୟ କହିଥିଲେ, ସେ ବହୁତ ଶାନ୍ତ ଥିଲେ। ସେ ଶିକ୍ଷୟିତ୍ରୀଙ୍କ ନିକଟକୁ ଯାଇ କିଛି ନ କହି ତାଙ୍କ ଛାତିରେ ଛୁରି ଲଗାଇଥିଲେ। ଘଟଣାସ୍ଥଳରେ ଶିକ୍ଷୟିତ୍ରୀଙ୍କୁ ଜରୁରିକାଳୀନ ସହାୟତା ଦିଆଯାଇଥିଲା। ଅଧିକାରୀ ଜେରୋମ ବୋରିଅର କହିଛନ୍ତି, ଛୁରାମାଡ଼ର ଗଭୀର କ୍ଷତ ହୋଇଥିବାରୁ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri