ଭୁବନେଶ୍ୱର,୧୭।୮(ଅନୁରାଧା ମହାରଣା)ଦାବି ଦିବସରେ ନିଜ ଅଧିକାର ପାଇବାକୁ ୫୦ହଜାରରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସମାନ କାମକୁ ସମାନ ଦରମା ସହ ୧୦ଦଫା ଦାବି ନେଇ ପୁଣି ଆନ୍ଦୋଳନ ଆରମ୍ଭ କରିଛନ୍ତି। ବୁଧବାର ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ପକ୍ଷରୁ ଭୁବନେଶ୍ୱରଠାରେ ବିକ୍ଷୋଭ ସମାବେଶ କରାଯାଇଥିବାବେଳେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅହୋରାତ୍ର ଧାରଣାରେ ବସିବେ ବୋଲି ଆନ୍ଦୋଳନରତ ଶିକ୍ଷୟିତ୍ରୀଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ଚେତାବନୀ ଦେଇଛନ୍ତି। ପ୍ରଥମେ ସେମାନେ ରାଜଧାନୀରେ ଏକାଠି ହେବା ପରେ ମାଷ୍ଟରକ୍ୟାଣ୍ଟିନ ଛକରୁ ପ୍ରତିବାଦ ଯାତ୍ରାରେ ବିଧାନସଭା ଅଭିମୁଖେ ବାହାରିଥିଲେ। ସରକାରୀ ଅବହେଳାରୁ ନିଜ ଅଧିକାରରୁ ବଞ୍ଚତ୍ତ ହୋଇଥିବା ନେଇ ଶିକ୍ଷୟିତ୍ରୀଶିକ୍ଷକ ଓ ଶିକ୍ଷା କର୍ମଚାରୀମାନେ ନାରାବାଜି କରିଥିଲେ। ରାଜ୍ୟର ବିଭିନ୍ନ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ କାର୍ଯ୍ୟରତ ଓ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ, ଶିକ୍ଷାମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପ୍ରମୁଖ ଅର୍ଥ ସଚିବ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଉଦ୍ଦେଶ୍ୟର ଜିଲା ଶିକ୍ଷାଧିକାରୀଙ୍କ ଜରିଆରେ ଦାବି ପତ୍ର ପ୍ରଦାନ କରାଯାଇଥିଲା। ମାତ୍ର ଦାବି ପୂରଣ ନ ହେବାରୁ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହୋଇଥିବା କୁହାଯାଇଛି। ଗୋଟିଏ ବିଦ୍ୟାଳୟ ଭିତରେ ସମାନ ଯୋଗ୍ୟତା ଥାଇ ସମାନ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ଭିତରେ ଦରମା, ଚାକିରି ସର୍ତ୍ତାବଳୀ ଆଦିରେ ତାରତମ୍ୟ ନ ରଖିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦାବି କରାଯାଇଛି। ପ୍ରାଥମିକଠାରୁ ମାଧ୍ୟମିକ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକରେ ଶୂନ୍ୟ ପଡ଼ିଥିବା ଶିକ୍ଷକ ଓ ପ୍ରଧାନଶିକ୍ଷକ ପଦବୀକୁ ତୁରନ୍ତ ପୂରଣ କରାଯାଉ ଓ ଶିକ୍ଷକମାନଙ୍କୁ ଅଣଶୈକ୍ଷିକ କାର୍ଯ୍ୟରେ ନିୟୋଜିତ ନ କରି ସମ୍ପୂର୍ଣ୍ଣ ଶିକ୍ଷଣ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଅନ୍ୟତମ ଦାବି ରଖାଯାଇଛି। ସେହିଭଳି ଚାକିରିରୁ ଅବସର ନେଇଯାଉଥିବା ଶିକ୍ଷକଙ୍କ ପେନ୍ସନ୍, ଭବିଷ୍ୟନିଧି ପାଣ୍ଠି ମିଳିବାରେ ଅନିୟମିତତା ଦେଖାଯାଉଥିବାରୁ ସେମାନେ ଅମଲାତାନ୍ତ୍ରିକ ଚକ୍ରାନ୍ତର ଶିକାର ହୋଇ ବାରମ୍ବାର ଶିକ୍ଷାବିଭାଗର ବିଭିନ୍ନ ଦପ୍ତରକୁ ଦୌଡ଼ିବାକୁ ବାଧ୍ୟ ହେଉଥିବା ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ବେତନ ପ୍ରଦାନ, ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କୁ ପେନ୍ସନ୍ ଏବଂ ଅବସରକାଳୀନ ସୁବିଧା ପ୍ରଦାନ, ବିଦ୍ୟାଳୟରେ ଖାଲିପଡ଼ିଥିବା ପଦବୀରେ ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ନିଯୁକ୍ତି, ୬୪୮ ବିଦ୍ୟାଳୟକୁ ସରକାରୀକରଣ, ୧୧୦ ବାଳିକା ବିଦ୍ୟାଳୟ ପ୍ରତି କରାଯାଇଥିବା ଅବିଚାରକୁ ଦୂର କରିବା, ୨୦୦୪ରୁ ୨୦୧୩ ମସିହା ପର୍ଯ୍ୟନ୍ତ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସନାଲ ଇନ୍କ୍ରିମେଣ୍ଟ ସହ ବରିଷ୍ଠତା ପ୍ରଦାନ, ୨୮୦୦ଗ୍ରେଡ଼୍ ପେ’ରେ ଥିବା ଅସଙ୍ଗତି ଦୂରୀକରଣ, ୪୮ ବର୍ଷରେ ପଦାର୍ପଣ କରିଥିବା ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକଙ୍କୁ ଟି.ଜି ସ୍କେଲ୍ର ମାନ୍ୟତା ପ୍ରଦାନ, ନୂତନ ପେନ୍ସନ୍ ପରିବର୍ତ୍ତେ ପୁରାତନ ପେନ୍ସନ୍ର ପୁନଃପ୍ରଚଳନ, ବିଦ୍ୟାଳୟରେ କାର୍ଯ୍ୟରତ କିରାଣିଙ୍କୁ ଯୋଗ୍ୟତାଭିତ୍ତିରେ ପଦୋନ୍ନତି ଓ ଅବସର ବୟସ ସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଆଦି ଦାବି ରହିଛି।
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

