ଗୌରବ ଅର୍ଜନ କଲେ ଗୁରୁ-ଶିଷ୍ୟ ଯୋଡ଼ି: ରାଜ୍ୟସ୍ତରରେ ପୁରସ୍କୃତ

ଥୁଆମୂଳ ରାମପୁର, ୨୬।୫(ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କଳାକାର ରାଜ୍ୟସ୍ତରରେ ପୁରସ୍କୃତ ହୋଇ ନିଜ ବ୍ଲକ ଓ ଅଞ୍ଚଳ ପାଇଁ ଗର୍ବ ଏବଂ ଗୌରବ ଅର୍ଜନ କରିଥିବା ଜଣାପଡିଛି। ୨୨ ତାରିଖ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଓଡ଼ିଶା ସିନେ ୱାର୍କର୍ସ ଆସୋସିଏସନ, ଖୋର୍ଦ୍ଧା ତରଫରୁ ଆୟୋଜିତ ୧୧ ତମ ଚଳଚ୍ଚିତ୍ର ପୁରସ୍କାର ବା କବି କଳାକାର ମହାକୁମ୍ଭ ଓ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ତଥା ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ସଦର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ, ଛାତ୍ରୀଛାତ୍ରଙ୍କୁ ସମ୍ମାନିତ କରାଯାଇଥିଲା। ଗତ ଜାନୁଆରୀରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଅବସରରେ ଏହି ବିଦ୍ୟାଳୟର ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ଦ୍ୱାରା ପରିବେଷଣ ହୋଇଥିବା ଲୋକନୃତ୍ୟ ଓ ଲୋକବାଦ୍ୟକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସରକାର ସୋସିଆଲ ମିଡିଆ ମାଧ୍ୟମରେ ଦେଖି ଏହି କଳାକାରମାନଙ୍କୁ ମାନପତ୍ର ପ୍ରଦାନ କରିବା ପାଇଁ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ ନିମନ୍ତେ ନିମନ୍ତ୍ରଣ କରିଥିଲେ। ବିଦ୍ୟାଳୟର ଶିକ୍ଷକ ତଥା ନୃତ୍ୟଗୁରୁ ଅଜିତ କୁମାର ଦୁର୍ଗାଙ୍କୁ ‘କଳାନୀଧି ସମ୍ମାନ’ ରେ ସମ୍ମାନିତ କରାଯାଇଥିଲା ଓ ପ୍ରଧାନ ଶିକ୍ଷକ ନାଗେଶର ନାଏକ ତଥା ଛାତ୍ରୀଛାତ୍ରୀଙ୍କୁ ‘ଉତ୍କଳ ନୃତ୍ୟ ମଞ୍ଜରୀ’ ସମ୍ମାନ ପ୍ରଦାନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଓଡ଼ିଶା ସିନେ ୱାର୍କର୍ସ ଆସୋସିଏସନ ସମ୍ପାଦକ ଡ.ପୂର୍ଣ୍ଣଚନ୍ଦ୍ର ବେହେରା, ଅଲ ଇଣ୍ଡିଆ ସିନେ ୱାର୍କର୍ସ ଆସୋସିଏସନ ସଭାପତି ଦେବକାନ୍ତ ମିଶ୍ର (ବବି), ପୂର୍ବତନ ସଭାପତି ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri