୧୮ ବର୍ଷ ପରେ ଗୁରୁ-ଶିଷ୍ୟଙ୍କ ଭେଟ, ବଖାଣିଲେ ବିଗତ ଦିନର ଅନୁଭୂତି

ଭଞ୍ଜନଗର,୨୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁରୁମୁ ସ୍ବାମୀ ଚିଦାନନ୍ଦ ଉଚ୍ଚ ବିଦ୍ୟାଳୟ ୨୦୦୭ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ ଉତ୍ସବ ରବିବାର ସୋରିଷମୁଳି ଡାକବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଯାଇଛି। ୧୮ ବର୍ଷ ପରେ ଛାତ୍ରୀଛାତ୍ର ନିଜର ପ୍ରିୟ ଗୁରୁଙ୍କୁ ଭେଟି ଖୁସି ଅନୁଭବ କରିବା ସହ ବିଗତ ଦିନର ଅନୁଭୂତି ବଖାଣିଥିଲେ। ଆୟୋଜିତ ସଭାରେ ବିଦ୍ୟାଳୟ ପ୍ରତିଷ୍ଠାତା ପ୍ରଧାନଶିକ୍ଷକ ଡ. ପ୍ରଦୀପ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁରୁ ଶିଷ୍ୟ ସମ୍ପର୍କ ଉପରେ କହିଥିଲେ। ଅବସରପ୍ରାପ୍ତ ଶିକ୍ଷକ ଗୟାଚାନ୍ଦ ଗୌଡ଼, ପ୍ରଭାକର ମଲ୍ଲିକ, ଅବସରପ୍ରାପ୍ତ ପିଇଟି ପୁରୁଷୋତ୍ତମ ଦଳବେହେରା, ବର୍ତ୍ତମାନର ପ୍ରଧାନଶିକ୍ଷକ କାହ୍ନୁଚରଣ ରଥ, ଶିକ୍ଷକ ଚକ୍ରଧର ସାହୁ, ପଦ୍ମନାଭ ପାଣିଗ୍ରାହୀ, କିରାଣି ଶ୍ରୀକାନ୍ତ ମିଶ୍ର, ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଏହିଭଳି ଆୟୋଜନକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri