ଶିକ୍ଷକଙ୍କ ଉନ୍ମତ୍ତକାଣ୍ଡ: ଚାକିରୀରୁ ବିଦା

ଲେଫ୍ରିପଡା,୩୦।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ସୁର୍ଗୁଡା କ୍ଲଷ୍ଟରର କୁଲାବିରା କିଶାନପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସହକାରୀ ଶିକ୍ଷକ ପ୍ରଦୀପ ପଟେଲ ନିଲମ୍ବିତ। ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଥିବାରୁ ସରକାରୀ ଚାକିରୀର ଅପବ୍ୟବହାର ନେଇ ଲେଫ୍ରିପଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୧୪୦୭/୩୦।୯।୨୦୨୨ ଦ୍ୱାରା ନିଲମ୍ବିତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସହକାରୀ ଶିକ୍ଷକ ପ୍ରଦୀପ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅଶ୍ଳିଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହୋଇଥିଲା। ଗୁରୁବାର ଅତ୍ୟଧିକ ଉନ୍ମତ୍ତକାଣ୍ଡ କରିଥିବା ବେଳେ ସବୁ ସୀମା ଟପି ଯାଇଥିଲେ। ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ଛାତ୍ରୀଛାତ୍ରଙ୍କୁ ମାଡ଼ ମାରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅଶ୍ଳିଳ ଭାଷାରେ ଗାଲିଗୁଲଜ କରି ବିଦ୍ୟାଳୟରେ ଶୋଇଥିଲେ। ଘଟଣାର ଖବରପାଇ ସହକାରୀ ଶିକ୍ଷକଙ୍କ ପୁଅ ବିଦ୍ୟାଳୟକୁ ଆସି ନିଜ ବାପାଙ୍କୁ ମାଡ଼ ମାରିଥିଲେ। ବିଦ୍ୟାଳୟରେ ଉତ୍ତେଜନା ହେବାରୁ ବିଦ୍ୟାଳୟର ଅଭିଭାବକ ଏବଂ ଗ୍ରାମବାସୀ ପହଞ୍ଚି ନିଜର ପିଲାଙ୍କୁ ନେଇ ବିଦ୍ୟାଳୟରେ ତାଲା ପକାଇଥିଲେ। ଘଟଣା ସମ୍ପର୍କରେ ଜାଣି କ୍ଲଷ୍ଟର ସିଆରସିସି ପହଞ୍ଚି ବୁଝାଶୁଝା କରି ତାଲା ଖୋଲିବାକୁ ଅନୁରୋଧ କରିଥିଲେ ମଧ୍ୟ ଗ୍ରାମବାସୀ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ପାଇଁ ଜିଦରେ ଅଟଳ ରହିଥିଲେ। ପରେ ସିଆରସିସି ଲେଫ୍ରିପଡା ଥାନାକୁ ଘଟଣା ଏସମ୍ପର୍କରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ପରେ ବିଦ୍ୟାଳୟରେ ଅଟକ ରଖିଥିବା ଶିକ୍ଷକଙ୍କୁ ଛାଡିଥିଲେ। ଉକ୍ତ ଘଟଣା ସମ୍ପର୍କରେ ସିଆରସିସି ବ୍ଲକ ଶିକ୍ଷା ଅଧିକାରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ପୂର୍ବରୁ ବିଦ୍ୟାଳୟରେ ସହକାରୀ ଶିକ୍ଷକ ପ୍ରଦୀପଙ୍କ କାର୍ଯ୍ୟକଳାପ ନେଇ ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇଥିଲେ। ଶିକ୍ଷକଙ୍କ ବିରୋଧରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଶେଷରେ ବ୍ଲକ ଶିକ୍ଷା ଅଧିକାରୀ ତାଙ୍କୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri