ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ଶିକ୍ଷକ

ବାରିପଦା,୯ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ବଡ଼ଭାଲିଆ ପଞ୍ଚାୟତ କୁଲାଦହଣୀ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ବିଦ୍ୟାଳୟର ଶିକ୍ଷକ ସୁଦିବ୍ୟଶକ୍ତି ଦାସ ମାଡ଼ମାରି ଗୁରୁତର କରିଥିବା ଅଭିଯୋଗ ହୋଇଥିଲା।

ଏହି ଘଟଣାରେ ପ୍ରଶାସନ ପକ୍ଷରୁ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶୁଳିଆପଦା ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୧୯୩/୯ା୧୧ା୨୦୨୩ରେ ଶିକ୍ଷକ ସୁଦିବ୍ୟଶକ୍ତଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।

ନିଲମ୍ବନ ଆଦେଶ ପ୍ରତ୍ୟାହୃତ ହେବା ପର୍ଯ୍ୟନ୍ତ ସେ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ। ଏପରିକି ବିନା ସୂଚନାରେ ମୁଖ୍ୟାଳୟ ନ ଛାଡ଼ିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ବିଦ୍ୟାଳୟ ଭଳି ଦଣ୍ଡମୁକ୍ତ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷକ ସୁଦିବ୍ୟଶକ୍ତ ନିସ୍ତୁକ ମାଡ଼ ମାରିବାରୁ ଛାତ୍ର ଜଣକ ଅସୁସ୍ଥ ହୋଇପଡ଼ିଥିଲେ। ଏନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ବ୍ଳକ ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri