ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମଜାଲରେ ଫସାଇଲେ ଶିକ୍ଷକ: ଅପହରଣ ପରେ ବଳାତ୍କାର କରି…

ଭୁବନେଶ୍ୱର,୨୧।୬ (ସତ୍ୟଜିତ୍‌ ରାଉତ): ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ଶିକ୍ଷକଙ୍କୁ ଇନ୍‌ଫୋସିଟି ଥାନା ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ପ୍ରଶାନ୍ତି ବିହାରରେ ରହୁଥିବା କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନୀଳକଣ୍ଠପୁରର ଜଗତ ସେବକ ବାଈ ଓରଫ ବାପୁନି (୨୮)। ଶୁକ୍ରବାର କୋର୍ଟଚାଲାଣ ପରେ ଅଭିଯୁକ୍ତ ବାପୁନିଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ପୋଲିସ ସୂଚନା ଅନୁଯାୟୀ, ପୀଡିତା ଛାତ୍ରୀ ଜଣକ ସ୍ଥାନୀୟ ଅଞ୍ଚଳର ଏକ ବେସରକାରୀ ସ୍କୁଲରେ ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ବାପୁନି ତାଙ୍କ ଶିକ୍ଷକ ଥିଲେ। ନାବାଳିକାଙ୍କୁ ବାପୁନି ପ୍ରେମ ଜାଲରେ ଫସାଇଥିଲେ। ଜୁନ ୭ ଅପରାହ୍ନରେ ଛାତ୍ରୀ ଜଣକ କୋଚିଂ କ୍ଳାସ ଯିବାକୁ କହି ଘରୁ ବାହାରିଥିଲେ। ପରେ ସେ ବାପୁନିଙ୍କ ମୋବାଇଲରୁ କୋଚିଂ କ୍ଲାସ ଶିକ୍ଷକଙ୍କୁ କଲ୍‌ କରି ମା’ଙ୍କ ସହ ମାର୍କେଟ ଯାଉଥିବା କହିଥିଲେ। ନାବାଳିକାଙ୍କୁ ବାପୁନି ବାଇକରେ କେନ୍ଦ୍ରପଡାସ୍ଥିତ ଗାଁକୁ ନେଇ ସମ୍ପର୍କୀୟଙ୍କ ଘରେ ରହିଥିଲେ। ସେଠାରେ ରହଣୀ ବେଳେ ଛାତ୍ରୀଙ୍କ ସହ ବାପୁନି ଶାରିରୀକ ସମ୍ପର୍କ ରଖିଥିଲେ। ପରେ ବାପୁନି ଛାତ୍ରୀଙ୍କୁ ନେଇ ପୁରୀ ଯାଇଥିଲେ। ସେଠାରୁ ଟ୍ରେନ୍‌ ଯୋଗେ ପୀଡିତାଙ୍କୁ ନେଇ ଗୁଜରାଟରେ ରହୁଥିବା ଭଉଣୀ ପାଖକୁ ପଳାଇଥିଲେ। ପରେ ବାପୁନିଙ୍କ ପରିବାର ସଦସ୍ୟ ଗୁଜରାଟ ଯାଇ ଉଭୟଙ୍କୁ ଗାଁକୁ ଆଣିଥିଲେ। ଏଥିସହ ପୋଲିସ କେନ୍ଦ୍ରାପଡାରୁ ବାପୁନିଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଏନେଇ ଛାତ୍ରୀଙ୍କ ମା’ଙ୍କ ଏତଲାକ୍ରମେ ପୋଲିସ ମାମଲା (ନଂ.୨୫୯/୨୦୨୫) ରୁଜୁ କରି କାର୍ଯ୍ୟାନୁଷ୍ଠାନ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri