ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରେ ଶିକ୍ଷକ ଆହତ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୂଲ୍ୟା ବ୍ରିଜଠାରେ ରବିବାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଶିକ୍ଷକ ମନୋଜ ପାଢ଼ୀ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁଜୀ ମନୋଜ ଏକ ବାଇକ୍‌ ଯୋଗେ ଭଉଣୀ ଘର ନୂଆଗାଁ ଯାଇ ଫେରୁଥିଲେ। ସେତିକିବେଳେ ଜଣେ ସାଇକେଲ ଆରୋହୀ ରାସ୍ତା ଉପରକୁ ଚାଳିଆସିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ସେ ବାଇକରୁ ଖସି ପଡ଼ିଥିଲେ। ଏଥିରେ ସାଇକେଲ ଆରୋହୀ ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।

ସେତିକିବେଳେ ଉକ୍ତ ରାସ୍ତାରେ ଆସୁଥିବା ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ ତାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ଗଞ୍ଜାମ ମେଡିକାଲ ଆଣିଥିଲେ। ତାଙ୍କୁ ଧରଣୀ ସାହୁ, ଆଶିଷ ମହାପାତ୍ର, ଋତୁରାଜ ମହାପାତ୍ର, ବାପୁନି ପଣ୍ଡା ପ୍ରମୁଖ ସହଯୋଗ କରି ଗୁରୁଜୀ ମନୋଜଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri