Posted inଜାତୀୟ

୬ ଘଣ୍ଟା ଡ୍ୟୁଟିରୁ ୩ ଘଣ୍ଟା ମୋବାଇଲେ ଗେମ୍‌ ଖେଳୁଥିଲେ ଶିକ୍ଷକ: ଡିଏମ୍‌ଙ୍କ ହାବୁଡେ ପଡିବାରୁ…

ଲକ୍ଷ୍ନୌ,୧୧।୭: ଉତ୍ତର ପ୍ରଦେଶର ସମ୍ଭଲ ଜିଲାର ସରିଫପୁର ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷ୍ଟ ହୋଇଥିବା ଶିକ୍ଷକ ପ୍ରେମ ଗୋୟଲ ତାଙ୍କର ୬ ଘଣ୍ଟିଆ ଡ୍ୟୁଟି ସମୟରେ ମୋବାଇଲକୁ ତିନି ଘଣ୍ଟା ବ୍ୟବହାର କରୁଥିଲେ। ଏହି ସମୟରେ ସେ କ୍ୟାଣ୍ଡିକ୍ରସ ଖେଳ ୧.୧୭ ଘଣ୍ଟା ପାଇଁ ଖେଳୁଥିଲେ। ଜିଲା ମାଜିଷ୍ଟ୍ରେଟ ରାଜେନ୍ଦ୍ର ପାନସିଆଙ୍କ ନିର୍ଦ୍ଦେଶରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି।
ଜିଲା ମାଜିଷ୍ଟ୍ରେଟ ରାଜେନ୍ଦ୍ର ପାନସିଆ ଶରିଫପୁର ଗୋଶାଳାରେ ପହଞ୍ଚି ପଶୁମାନଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଯାଞ୍ଚ କରିଥିଲେ। ଅପରାହ୍ନରେ ଫେରୁଥିବା ବେଳେ ସେ ଗାଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚିଥିଲେ। ଡିଏମ ବିଦ୍ୟାଳୟରେ ପୋଷ୍ଟ ହୋଇଥିବା ଶିକ୍ଷକ ପ୍ରେମ ଗୋୟଲଙ୍କ ମୋବାଇଲ ଫୋନ ଯାଞ୍ଚ କରି ଜାଣିବାକୁ ପାଇଲେ, ଡ୍ୟୁଟିରେ ଥିବାବେଳେ ଶିକ୍ଷକ ମୋବାଇଲ ଫୋନ ବ୍ୟବହାର କରି ତିନି ଘଣ୍ଟା ବିତାଇଛନ୍ତି। ଡ୍ୟୁଟିରେ ଥିବାବେଳେ ଶିକ୍ଷକ କ୍ୟାଣ୍ଡିକ୍ରସ ଖେଳ ୧.୧୭ ଘଣ୍ଟା ଖେଳିଥିଲେ ଏବଂ ବାକି ୧.୪୩ ମିନିଟ ସୋସିଆଲ ମିଡିଆ ଏବଂ କଲରେ ବିତାଇଥିଲେ। ଏହା ଦେଖି ଡିଏମଙ୍କ ରାଗ ବଢି ଯାଇଥିଲା। ସେ ଶିକ୍ଷକଙ୍କୁ ନିଲମ୍ବନ କରିବାକୁ ମୌଳିକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟ ଶିକ୍ଷକମାନଙ୍କୁ ମଧ୍ୟ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?