Posted inଅପରାଧ

ବିବାହିତା ମହିଳାଙ୍କୁ ଧରି ଫେରାର୍‌ ହୋଇ ଯାଇଥିଲେ ଶିକ୍ଷକ; ତାପରେ…

ବାରମେରା, ୧୭।୯: ରାଜସ୍ଥାନର ବାରମେରା ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ନୁର୍‌ ଅହମ୍ମଦ ନାମକ ଜଣେ ସ୍କୁଲ ଶିକ୍ଷକ ଜଣେ ବିବାହିତା ମହିଳାଙ୍କୁ ଧରି ଫେରାର୍‌ ହୋଇଯାଇଥିଲେ। ଏହାପରେ ମହିଳାଙ୍କ ପରିବାର ଲୋକଙ୍କ ମରଣାନ୍ତକ ଆକ୍ରମଣରେ ଅହମ୍ମଦ ଗୁରୁତର ହୋଇ ଏବେ ଚିକିତ୍ସାଧୀନ ରହିଛନ୍ତି। ଅହମ୍ମଦଙ୍କୁ ଗୁରୁତର ଅବସ୍ଥାରେ ଗୁଜରାଟର ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଘଟଣାଟି ବାର୍‌ମେରା ଜିଲାର ଗୁଡାମାଲାନୀ ଅନ୍ତର୍ଗତ ଆର୍‌ଜିଟି ଥାନା ଅଞ୍ଚଳରେ ଘଟିଛି। ସ୍ଥାନୀୟ ଭଟାଲା ଗ୍ରାମର ବାସିନ୍ଦା ୪୮ ବର୍ଷୀୟ ନୁର୍‌ ଅହମ୍ମଦ ପେଶାରେ ଜଣେ ଶିକ୍ଷକ। କିନ୍ତୁ ନିକଟରେ ଅହମ୍ମଦଙ୍କ ନାମରେ ଜଣେ ବିବାହିତ ମହିଳାଙ୍କୁ ନେଇ ଫେରାର୍‌ ହୋଇଯାଇଥିବା ଅଭିଯୋଗ ହୋଇଥିଲା। ଏହାପରେ ମହିଳାଙ୍କ ପରିବାର ଲୋକ ସ୍କୁଲରୁ ଫେରୁଥିବା ସମୟରେ ଅହମ୍ମଦଙ୍କୁ ମରଣାନ୍ତକ ଆକ୍ରମଣ କରି ମୁଣ୍ଡ ଓ ନାକରେ ଗଭୀର କ୍ଷତ ପହଞ୍ଚାଇଥିଲେ। ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଗୁଜରାଟ ସ୍ଥାନାନ୍ତର କରାଯାଇଛି। ଏହି ଆକ୍ରମଣ ଘଟଣାରେ ପୋଲିସ ମହିଳାଙ୍କ ପରିବାରର ୩ ଜଣ ସଦସ୍ୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri