ଜାଲ୍‌ ସାର୍ଟିଫିକେଟରେ ଚାକିରି କରି ଜେଲ୍‌ ଗଲେ ଶିକ୍ଷକ

କୋକସରା,୨ା୬(ଡି.ଏନ.ଏ): ନକଲି ସାର୍ଟିଫିକେଟ ଦେଇ ଚାକିରି ହାତେଇଥିବା ଶିକ୍ଷକ ଏବେ ଜେଲରେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କୋକସରା ଥାନା ଅଞ୍ଚଳରେ।

ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ସାହାଜପତି ଗ୍ରାମର ସୁବାସ ଚନ୍ଦ୍ର ଚୌଧୁରୀ(୩୫) ଜାଲ୍‌ ସାର୍ଟିଫିକେଟ ଦେଇ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଧଅଁରପୁର ପଞ୍ଚାୟତ ତେନ୍ତୁଳିପଡା ପ୍ରାଥମିକ ବିଦ୍ୟାଳୟରେ ୨୦୧୨ ନଭେମ୍ବର ୧୫ରୁ ଶିକ୍ଷକ ଭାବେ ନିଯୁକ୍ତି ପାଇଥିଲେ । ତେବେ ଏ ନେଇ ଜୟପାଟଣା ବ୍ଲକ ଭେଜିଗୁଡା ଗ୍ରାମର ବାଞ୍ଛାନିଧି ପୁରୋହିତ(୫୯) ନାମକ ଜଣେ ବ୍ୟକ୍ତି ୨୦୨୧ ସେପ୍ଟେମ୍ବର ୮ତାରିଖରେ କୋକସରା ଥାନାରେ ଅଭିଯୋଗ କରିଥିଲେ। ଏପରି କି ଗଞ୍ଜାମ ଜିଲାର ସୂଚନା ଅଧିକାର କର୍ମୀ ଭଗବାନ ପଣ୍ଡା ସୁବାସଙ୍କ ସାର୍ଟିଫିକେଟ ସମ୍ପର୍କରେ ତଥ୍ୟ ମାଗିଥିଲେ। ତଥ୍ୟରେ ନିଯୁକ୍ତି ପାଇଥିବା ଶିକ୍ଷକ ସୁବାସ ଯୁକ୍ତ ଦୁଇର ଜାଲ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ଘଟଣା ସାମ୍ନାକୁ ଆସିଥିଲା । କେସିଙ୍ଗା ବ୍ଲକ ପଞ୍ଚାୟତ ମହାବିଦ୍ୟାଳୟ ବେଳଖଣ୍ଡି କଲେଜରୁ ଯୁକ୍ତ ଦୁଇରେ ୩୯୯ ମାର୍କ ପାଇଥିବା ବେଳେ ଜାଲିଆତି କରି ୪୦୯ ମାର୍କ କରାଯାଇଥିଲା। ତେବେ ଘଟଣାର ତଦନ୍ତ କରି କୋକସରା ପୋଲିସ ସୁବାସଙ୍କୁ ଗିରଫ କର ଗୁରୁବାର କୋର୍ଟ ଚାଲାଣ କରିଛି। କୋକସରା ଥାନା ସବ୍‌ ଇନ୍ସପେକ୍ଟର ଗୋପବନ୍ଧୁ ନାଏକ ଏହି ସୂଚନା ବେଳେ ସୁବାସଙ୍କ ବିରୋଧରେ ଥାନାରେ ଏକ ମାମଲା (ନଂ. ୧୭୯/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri