ବିଦ୍ୟାଳୟରେ ବିଳମ୍ବରେ ପହଞ୍ଚୁଛନ୍ତି ଶିକ୍ଷୟିତ୍ରୀ ଶିକ୍ଷକ

ବୁଗୁଡ଼ା,୨୬।୫(ଡି.ଏନ.ଏ.): ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ୨୮ ଉଚ୍ଚ ବିଦ୍ୟାଳୟ ଏପରି ମୋଟ ୧୪୭ ବିଦ୍ୟାଳୟ କାର୍ଯ୍ୟ କରୁଛି। ସେଥିରୁ ଅଧିକାଂଶ ବିଦ୍ୟାଳୟର କେତେକ ଶିକ୍ଷୟିତ୍ରୀ ଶିକ୍ଷକ ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଉଥିବା ଯୋଗୁ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୬ଟାରୁ ୯ଟା ଯାଏ ବିଦ୍ୟାଳୟ ଖୋଲା ରହିବ ବୋଲି ସରକାରୀ ଘୋଷଣା ହୋଇଛି। ଫଳରେ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀମାନେ ବିଦ୍ୟାଳୟରେ ସକାଳ ୬ଟା ମଧ୍ୟରେ ପହଞ୍ଚିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ବୁଗୁଡା ବ୍ଲକର କେତେକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଏହି ନିର୍ଦ୍ଦେଶକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। କେତେକ ଶିକ୍ଷୟିତ୍ରୀ ଶିକ୍ଷକ ବୁଗୁଡ଼ା ବସ୍‌ଷ୍ଟାଣ୍ଡରେ ସାଢେ ୬ଟାରେ ଏବଂ ୭ଟାରେ ବସରେ ଚଢି ନିଜ ନିଜ ସ୍କୁଲକୁ ଯାଉଥିବା ବେଳେ ଆଉ କେତେକ ୭ଟା ପରେ ମଧ୍ୟ ସେମାନଙ୍କ ସମ୍ପର୍କୀୟଙ୍କ ଗାଡିରେ ବସି ସ୍କୁଲକୁ ଯାଉଥିବା ଦୃଶ୍ୟ ପରିଲକ୍ଷିତ ହେଉଛି। ସମୟ ଜ୍ଞାନର ଅଭାବ ଥିବା ଏହି ଶିକ୍ଷୟିତ୍ରୀ ଶିକ୍ଷକମାନେ କିଭଳି ଭାବେ ଛାତ୍ରୀଛାତ୍ରଙ୍କୁ ସମୟାନୁବର୍ତ୍ତିତାର ପାଠ ପଢାଉଥିବେ ସେ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମ୍ମୁଖ ପ୍ରାଚୀରରେ ଲେଖାଥିବା ରାଜ୍ୟ ସରକାରଙ୍କ ୫-ଟି ନିୟମକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରୁଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରତି ବିଇଓଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଅନ୍ୟପକ୍ଷରେ ଜିଲାର କେତେକ ବ୍ଲକରେ ଶିକ୍ଷାଧିକାରୀଙ୍କ ପକ୍ଷରୁ ନିୟମ ଉଲ୍ଲଂଘନକାରୀ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନଜିର ରହିଥିବା ବେଳେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତିନି ଜଣ ଏବିଇଓଙ୍କ ସ୍ଥାନରେ ଜଣେ ମାତ୍ର ଏବିଇଓ ରହିଥିବା ଏବଂ ଜଣେ ବିଇଓ ବୁଗୁଡ଼ା, ବେଲଗୁଣ୍ଠା ଓ ସୋରଡା ଆଦି ୩ ବ୍ଲକର ଦାୟିତ୍ୱରେ ରହିଥିବାରୁ ବିଭିନ୍ନ ବିଦ୍ୟାଳୟକୁ ପରିଦର୍ଶନ କରି ଅମାନିଆ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଉପରେ ଅଙ୍କୁଶ ଲଗାଇବା କାଠିକର ପାଠ ବୋଲି ଜଣାପଡିଛି। ଏଣୁ ଜିଲାର ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟିଦେଇ ନିୟମ ଖିଲାପକାରୀ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କାର୍ଯ୍ୟଧାରାରେ ଲଗାମ୍‌ ଲଗାଇବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri