ବିଦ୍ୟାଳୟରେ ବିଳମ୍ବରେ ପହଞ୍ଚୁଛନ୍ତି ଶିକ୍ଷୟିତ୍ରୀ ଶିକ୍ଷକ

ବୁଗୁଡ଼ା,୨୬।୫(ଡି.ଏନ.ଏ.): ବୁଗୁଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ୧୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ୨୮ ଉଚ୍ଚ ବିଦ୍ୟାଳୟ ଏପରି ମୋଟ ୧୪୭ ବିଦ୍ୟାଳୟ କାର୍ଯ୍ୟ କରୁଛି। ସେଥିରୁ ଅଧିକାଂଶ ବିଦ୍ୟାଳୟର କେତେକ ଶିକ୍ଷୟିତ୍ରୀ ଶିକ୍ଷକ ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଉଥିବା ଯୋଗୁ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କ ପାଇଁ ସକାଳ ୬ଟାରୁ ୯ଟା ଯାଏ ବିଦ୍ୟାଳୟ ଖୋଲା ରହିବ ବୋଲି ସରକାରୀ ଘୋଷଣା ହୋଇଛି। ଫଳରେ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀମାନେ ବିଦ୍ୟାଳୟରେ ସକାଳ ୬ଟା ମଧ୍ୟରେ ପହଞ୍ଚିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି। ବୁଗୁଡା ବ୍ଲକର କେତେକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ଏହି ନିର୍ଦ୍ଦେଶକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। କେତେକ ଶିକ୍ଷୟିତ୍ରୀ ଶିକ୍ଷକ ବୁଗୁଡ଼ା ବସ୍‌ଷ୍ଟାଣ୍ଡରେ ସାଢେ ୬ଟାରେ ଏବଂ ୭ଟାରେ ବସରେ ଚଢି ନିଜ ନିଜ ସ୍କୁଲକୁ ଯାଉଥିବା ବେଳେ ଆଉ କେତେକ ୭ଟା ପରେ ମଧ୍ୟ ସେମାନଙ୍କ ସମ୍ପର୍କୀୟଙ୍କ ଗାଡିରେ ବସି ସ୍କୁଲକୁ ଯାଉଥିବା ଦୃଶ୍ୟ ପରିଲକ୍ଷିତ ହେଉଛି। ସମୟ ଜ୍ଞାନର ଅଭାବ ଥିବା ଏହି ଶିକ୍ଷୟିତ୍ରୀ ଶିକ୍ଷକମାନେ କିଭଳି ଭାବେ ଛାତ୍ରୀଛାତ୍ରଙ୍କୁ ସମୟାନୁବର୍ତ୍ତିତାର ପାଠ ପଢାଉଥିବେ ସେ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ସମ୍ମୁଖ ପ୍ରାଚୀରରେ ଲେଖାଥିବା ରାଜ୍ୟ ସରକାରଙ୍କ ୫-ଟି ନିୟମକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରୁଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରତି ବିଇଓଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଅନ୍ୟପକ୍ଷରେ ଜିଲାର କେତେକ ବ୍ଲକରେ ଶିକ୍ଷାଧିକାରୀଙ୍କ ପକ୍ଷରୁ ନିୟମ ଉଲ୍ଲଂଘନକାରୀ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନଜିର ରହିଥିବା ବେଳେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତିନି ଜଣ ଏବିଇଓଙ୍କ ସ୍ଥାନରେ ଜଣେ ମାତ୍ର ଏବିଇଓ ରହିଥିବା ଏବଂ ଜଣେ ବିଇଓ ବୁଗୁଡ଼ା, ବେଲଗୁଣ୍ଠା ଓ ସୋରଡା ଆଦି ୩ ବ୍ଲକର ଦାୟିତ୍ୱରେ ରହିଥିବାରୁ ବିଭିନ୍ନ ବିଦ୍ୟାଳୟକୁ ପରିଦର୍ଶନ କରି ଅମାନିଆ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଉପରେ ଅଙ୍କୁଶ ଲଗାଇବା କାଠିକର ପାଠ ବୋଲି ଜଣାପଡିଛି। ଏଣୁ ଜିଲାର ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟିଦେଇ ନିୟମ ଖିଲାପକାରୀ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କାର୍ଯ୍ୟଧାରାରେ ଲଗାମ୍‌ ଲଗାଇବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri