ଶପଥ ନେଲେ ଶିକ୍ଷକ ସଂଘର ଜିଲା କର୍ମକର୍ତ୍ତା

ପାଟଣା,୧୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା ପାଟଣା ମୁଖ୍ୟାଳୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରବିବାର ଶପଥ ପାଠ କରିଛନ୍ତି।

ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପୂର୍ବତନ ସଭାପତି ଅତୁଲ କୁମାର ବଳଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ କୈଳାଶ ଚନ୍ଦ୍ର ବାରିକ, ସମ୍ମାନୀତ ଅତିଥି ଭାବେ ପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ଅମାତ, ରାଜ୍ୟ ସଂଘ ଉପଦେଷ୍ଟା ବିଜୟ କୁମାର ନାୟକ, ପାଟଣା ବିଧାୟକଙ୍କ ବ୍ଲକ ପ୍ରତିନିଧି କମଳା କାନ୍ତ ଦାଶ, ସଂଗଠନର ପୂର୍ବତନ ଜିଲା ସମ୍ପାଦକ ମୁକୁନ୍ଦ ଚରଣ ସାହୁ, ସଂଘର ବ୍ଲକ ସଭାପତି ନନ୍ଦ କିଶୋର ନାଏକ, ଶିକ୍ଷାବିତ ଭବାନୀଶଙ୍କର ମହାନ୍ତ, ସାମାଜିକ କର୍ମୀ ଅଜୟ କୁମାର ଦାଶ, ବରିଷ୍ଠ ଖବରଦାତା ନୃସିଂହ ନାଥ ସିଂହ, ଅବସର ପ୍ରାପ୍ତ ପାଟଣା ଏବିଓ ବିଜୟ କୁମାର ଓଝା, ପୂର୍ବତନ ପାଟଣା ବ୍ଲକ ସମ୍ପାଦକ ବିଶ୍ୱନାଥ ମହାନ୍ତ, ପୂର୍ବତନ ଘଟଗାଁ ବ୍ଲକ ସମ୍ପାଦକ ଶିଶିର କୁମାର ରାଉତ ପ୍ରମୁଖ ଯୋଗଦେଇ ପ୍ରାଥମିକ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷାବିତ ପାର୍ଥ ସାରଥି ବେଜ ଏବଂ ଶିକ୍ଷକ ରାମେଶ୍ବର ବାରିକ ସଂଯୋଜନା କରିଥିଲେ।

ନବନିର୍ବାଚିତ ସଭାପତି ସନ୍ତୋଷ କୁମାର ଜେନା, ଉପସଭାପତି ତିଳତ୍ତମା ବେହେରା, ଗୋବର୍ଦ୍ଧନ ଜେନା, ସମ୍ପାଦକ କମଳା କାନ୍ତ ପତି, ଯୁଗ୍ମ ସମ୍ପାଦକ ଚିତ୍ତ ରଞ୍ଜନ ମହାନ୍ତ, ବିଶନାଥ ମାଝି, ବୁଦ୍ଧଦେବ ନାୟକ, ସଂଗଠନ ସମ୍ପାଦକ ସଚିଦା ନନ୍ଦ ପ୍ରଧାନ, ଜିଲା ସଂଯୋଜକ ରବିନ୍ଦ୍ର କୁମାର ନାୟକ ଏବଂ କୋଷାଧ୍ୟକ୍ଷ ଅଶୋକ କୁମାର ବରାଳ ପ୍ରମୁଖ ସାମୁହିକ ଜିଲାର ଶିକ୍ଷକ ମାନଙ୍କ ଉନ୍ନତି ପାଇଁ ନିଃସାର୍ଥପର ଭାବେ କାର୍ଯ୍ୟ କରିବା ସହ ସଂଘର ନିୟମବଳି ଓ ଶିକ୍ଷକଙ୍କ ଗୋପନୀୟତା ବଜାଇ ରଖିବାକୁ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri