ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି: ପିଲାଙ୍କୁ ନିସ୍ତୁକ ମାଡ଼

ମାଲକାନଗିରି, ୯ା୭ (ଡି.ଏନ.ଏ.): ସରକାରୀ ବିଦ୍ୟାଳୟରେ ପାଠ ପଢାଉଛନ୍ତି ଜଣେ ମାନସିକ ବିକାରଗ୍ରସ୍ତ ଶିକ୍ଷୟିତ୍ରୀ। ଶ୍ରେଣୀଗୃହରେ ମନ ଇଚ୍ଛା ପାଠ ପଢାଉଛନ୍ତି। ଯେତିକି ପାଠ ପଢାଉ ନାହାନ୍ତି ଛାତ୍ରୀଛାତ୍ରଙ୍କୁ ତାହାଠୁ ଅଧିକ ମାଡ ମାରୁଛନ୍ତି। ମାଲକାନଗିରି ଜିଲା ଚମ୍ପାନଗର ପ୍ରାଥମିକ ବିଦ୍ୟାଳୟରେ ଏପରି ଘଟଣା ଦେଖିବାକୁ ମିଳିଛି। ଚକ୍‌ ଖଡି ବଦଳରେ କେତେ ବେଳେ ଶିକ୍ଷୟିତ୍ରୀଙ୍କ ହାତରେ ବାଡି ତ ଆଉ କେତେବେଳେ ଚୌକି ଦେଖିବାକୁ ମିଳୁଛି। କେବେକେବେ ଶ୍ରେଣୀ ଗୃହ ଭିତର କବାଟ ଝରକା ବନ୍ଦ କରି ପିଲାଙ୍କୁ ବାହାରେ ବସେଇ ଦେଉଛନ୍ତି ଶିକ୍ଷୟିତ୍ରୀ। ଚମ୍ପାନଗର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମିଶାଇ ଏଠାରେ ରହିଛନ୍ତି ୩ ଜଣ ଶିକ୍ଷୟିତ୍ରୀ। ସେମାନଙ୍କ ମଧ୍ୟରେ ରହିଥିବା ଶିକ୍ଷା ସହାୟକ ବନିତା ସ୍ବାଇଁ ଜଣେ ମାନସିକ ବିକାରଗ୍ରସ୍ତ। ଏହା ଜାଣିବା ପରେ ଗାଁ ଲୋକେ ଏବେ ନିଜ ପିଲାଙ୍କୁ ବିଦ୍ୟାଳୟକୁ ପଠାଇବାକୁ ଭୟ କରୁଛନ୍ତି। ସିଆର୍‌ସିସିଠାରୁ ଆରମ୍ଭ କରି ଅନ୍ୟ କର୍ତ୍ତୃପକ୍ଷଙ୍କୁ ବନିତା ଖରାପ ବ୍ୟବହାର ପ୍ରଦର୍ଶନ କରୁଥିଲେ ହେଁ ଜିଲା ଶିକ୍ଷା ବିଭାଗ ଏଯାଏ ତାଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଏନେଇ ଶୁକ୍ରବାର ଗ୍ରାମରେ ଏକ ବୈଠକ କରିବା ପରେ ଗ୍ରାମବାସୀ ବନିତାଙ୍କୁ ବିଦ୍ୟାଳୟରୁ ବାହାର କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ବନିତା ଗ୍ରାମବାସୀଙ୍କୁ ଦେଖି ଦୀର୍ଘ ସମୟ ଧରି ଶ୍ରେଣୀଗୃହ ଭିତରେ କବାଟ ଝରକା ବନ୍ଦ କରି ଲୁଚି ରହିଥିଲେ। ପରେ ସେ ବାହାରକୁ ଆସି ଲୋକଙ୍କ ଉପରକୁ ଚେୟାରରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟଙ୍କୁ ମଧ୍ୟ ବିଦ୍ୟାଳୟରୁ ବାହାରକୁ ଚାଲିଯିବାକୁ କହିଥିଲେ। ଏହାର ବିରୋଧ କରିବାରୁ ଜିଲାପାଳଙ୍କ ନିକଟକୁ ଯାଇ ମୋ ନାମରେ ଅଭିଯୋଗ କର ବୋଲି ବନିତା ରୋକ୍‌ଠୋକ୍‌ ଶୁଣାଇ ଦେଇଥିଲେ। ଘଟଣା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ମାନସ ଜେନାଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri