ଗୁରୁଦିବସ ପାଳନ ପଡ଼ିଲା ମହଙ୍ଗା: ଫେସ୍‌ବୁକ୍‌ରେ ଫଟୋ ଭାଇରାଲ ପରେ ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୁଆଁରମୁଣ୍ଡା,୭।୯(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି। ଏହି ସମୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ବନ୍ଦକରାଯାଇଛି। ଛାତ୍ରୀ, ଛାତ୍ରଙ୍କ ମଧ୍ୟାହ୍ନଭୋଜନ ଚାଉଳ,ବହି ଇତ୍ୟାଦି ଶିକ୍ଷୟିତ୍ରୀ/ଶିକ୍ଷକମାନେ ସେମାନଙ୍କ ଘରେ ପହଞ୍ଚାଉଛନ୍ତି । ତେବେ ଶନିବାର ଗୁରୁଦିବସରେ କୌଣସି ଛାତ୍ରୀଛାତ୍ର ଯେପରି ସ୍କୁଲ ଆସି ଏହା ପାଳନ ନ କରନ୍ତି ସେଥିପାଇଁ ସରକାରୀସ୍ତରରେ ବାରଣ କରାଯାଇଥିଲା। ମାତ୍ର ଏହି ନିୟମର ଖୋଲାଖୋଲି ଉଲ୍ଲଘଂନ ହୋଇଛି ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଶିକ୍ଷା କାର୍ଯ୍ୟାଳୟ ଅଧୀନ ରାଏବୋଗା ଅଞ୍ଚଳର ଏକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଉକ୍ତ ବିଦ୍ୟାଳୟରେ କୋଭିଡ୍‌ ନିୟମକୁ ଖୋଲାଖୋଲି ଉଲ୍ଲଘଂନ କରାଯାଇ ଗୁରୁଦିବସ ପାଳନ କରାଯାଇଥିବା ସାମାଜିକ ଗଣମାଧ୍ୟମ(ଫେସବୁକ୍‌)ରେ ଫଟୋ ଭାଇରାଲ ହୋଇଛି। ଗୁରୁଦିବସ ପାଳନ ସମୟରେ ଉକ୍ତ ବିଦ୍ୟାଳୟରେ ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କ ସହ ଛାତ୍ରୀଛାତ୍ର ଉପସ୍ଥିତ ରହିଛନ୍ତି। ସେଠାରେ ମଧ୍ୟ ସାମାଜିକ ଦୂରତ୍ୱ ପାଳନ ହୋଇ ନ ଥିବା ନେଇ ଅଭିଯୋଗ ହୋଇଛି । ଏ ନେଇ କୁଆଁରମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧୀକାରୀ ସଦାନନ୍ଦ ପଧାନଙ୍କୁ ପଚରାଯିବାରୁ ସେ ଏହାକୁ ନିନ୍ଦା କରିବା ସହ ସମ୍ପୃକ୍ତ ବିଦ୍ୟାଳୟରେ କାହିଁକି ଛାତ୍ରୀଛାତ୍ରମାନଙ୍କୁ ଡକାଯାଇ ଗୁରୁଦିବସ ପାଳନ କରାଗଲା ସେ ନେଇ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?