ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଦିବସ

ଦିଗପହଣ୍ଡି,୫ା୯(ଡି.ଏନ୍‌.ଏ.): ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ପ୍ରତିବର୍ଷ ଭଳି ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ଗୁରୁଦିବସ ପାଳନ କରାଯାଇଥିଲା। ଦିଗପହଣ୍ଡି ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ପ୍ରଧାନ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ମିଶ୍ର ଓ ଭଗବତୀ ପ୍ରସାଦ ମିଶ୍ରଙ୍କ ମିଳିତ ତତ୍ତ୍ୱାବଧାନରେ ଏହି ଦିବସକୁ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅବସରପ୍ରାପ୍ତ ଶିକ୍ଷକ ଦିବ୍ୟସିଂହ ପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ ପରମ୍ପରାର ମହାନ ଗାଥା ବହନ କରୁଥିବା ଗୁରୁଦିବସ ପାଳନର ଆଭିମୁଖ୍ୟ ସମ୍ପର୍କରେ ଉଦବୋଧନ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଆଚାର୍ଯ୍ୟା ସୁନନ୍ଦା ଦୋରା ଓ ଚିନ୍ମୟୀ ରଥ ମୁଖ୍ୟ ଅତିଥିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ ସହ ଗୁରୁପୂଜନ କରିଥିଲେ । ଆଚାର୍ଯ୍ୟ ସୁଶାନ୍ତ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସୁରେଶ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଦିଗପହଣ୍ଡି ବଡ଼ଖେମୁଣ୍ଡି ହାଇସ୍କୁଲ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଗୁରୁଦିବସ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri